bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 18
1 Chronicles 18
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 19 →
1
ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ ।
2
ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ ।
3
ଆହୁରି ସୋବାର ରାଜା ହଦରେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ ।
4
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ;
5
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦରେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟ-ମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ ।
6
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
7
ଆଉ ଦାଉଦ ହଦରେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ ।
8
ପୁଣି ଦାଉଦ ହଦରେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ବିସ୍ତର ପିତ୍ତଳ ଆଣିଲେ, ତଦ୍ଦ୍ଵାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ ।
9
ଅନନ୍ତର ଦାଉଦ ସୋବାର ରାଜା ହଦରେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ,
10
ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦରେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦରେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା ।
11
ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ; ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ ।
12
ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ-ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା ।
13
ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ । ପୁଣି ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
14
ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ଵ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ ।
15
ପୁଣି ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ-ଲେଖକ ଥିଲା ।
16
ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥର ପୁତ୍ର ଅହୀମେଲକ୍ ଯାଜକ ଥିଲେନ୍ତଆଉ ଶାବ୍ଶା ଲେଖକ ଥିଲା ।
17
ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ ।
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29