bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 19
1 Chronicles 19
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 20 →
1
ଏଥି ଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା ।
2
ତହିଁରେ ଦାଉଦ କହିଲେ, ମୁଁ ନାହଶ୍ର ପୁତ୍ର ହାନୂନ୍ ପ୍ରତି ଦୟା ପ୍ରକାଶ କରିବି, କାରଣ ତାହାର ପିତା ମୋʼ ପ୍ରତି ଦୟା ପ୍ରକାଶ କରିଥିଲା । ତେଣୁ ଦାଉଦ ତାହାକୁ ପିତୃଶୋକରୁ ସାନ୍ତ୍ଵନା କରିବା ନିମନ୍ତେ ଦୂତମାନଙ୍କୁ ପଠାଇଲେ । ତହୁଁ ଦାଉଦଙ୍କର ଦାସମାନେ ହାନୂନ୍କୁ ସାନ୍ତ୍ଵନା କରିବା ନିମନ୍ତେ ଅମ୍ମୋନ-ସନ୍ତାନଗଣର ଦେଶରେ ତାହା ନିକଟରେ ଉପସ୍ଥିତ ହେଲେ ।
3
ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍କୁ କହିଲେ, ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ଵନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କʼଣ ଆପଣ ବିଚାର କରନ୍ତି? ତାହାର ଦାସମାନେ କʼଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ କତିକି ଆସି ନାହାନ୍ତି?
4
ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚାପାଖ ବସ୍ତ୍ର ମଝିରୁ କାଟିପକାଇ ସେମାନଙ୍କୁ ବିଦାୟ କରି ଦେଲା ।
5
ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେନ୍ତକାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ । ପୁଣି ରାଜା କହିଲେ, ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରିଆସ ।
6
ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ଵରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ମେସୋପଟାମିଆ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ଵାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳ; ରୂପା ପଠାଇଲେ ।
7
ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ । ପୁଣି ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ ।
8
ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟସମସ୍ତଙ୍କୁ ପଠାଇଲେ ।
9
ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ଵାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ ।
10
ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା ।
11
ଆଉ ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭ୍ରାତା ଅବୀଶୟ ହସ୍ତରେ ସମର୍ପଣ କଲା; ତହୁଁ ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଆପଣାମାନଙ୍କୁ ଯୁଦ୍ଧାର୍ଥେ ସଜାଇଲେ ।
12
ପୁଣି ସେ କହିଲା, ଯେବେ ଅରାମୀୟମାନେ ମୋତେ ବଳିବେ, ତେବେ ତୁମ୍ଭେ ମୋହର ସାହାଯ୍ୟ କରିବ; ମାତ୍ର ଯେବେ ଅମ୍ମୋନ-ସନ୍ତାନମାନେ ତୁମ୍ଭକୁ ବଳିବେ, ତେବେ ମୁଁ ତୁମ୍ଭର ସାହାଯ୍ୟ କରିବି ।
13
ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ ।
14
ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଯୁଦ୍ଧ କରିବା ପାଇଁ ଅରାମୀୟମାନଙ୍କ ସମ୍ମୁଖରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ ।
15
ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ତାହାର ଭ୍ରାତା ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ; ତହୁଁ ଯୋୟାବ ଯିରୂଶାଲମକୁ ଆସିଲା ।
16
ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦୂତ ପଠାଇ ନଦୀ ସେପାରିସ୍ଥ ଅରାମୀୟମାନଙ୍କୁ ବାହାର କରି ଆଣିଲେ । ହଦରେଷରର ସେନାପତି ଶୋଫକ୍ ସେମାନଙ୍କର ଅଗ୍ରଣୀ ଥିଲା ।
17
ତହୁଁ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହେଲେ, ଆଉ ସେମାନଙ୍କ ନିକଟରେ ଉପସ୍ଥିତ; ହୋଇ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ । ତହିଁରେ ଦାଉଦ ଅରାମୀୟ-ମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାନ୍ତେ, ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କଲେ ।
18
ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କର ସାତ ସହସ୍ର ରଥାରୂଢ଼ ଓ ଚାଳିଶ ସହସ୍ର ପଦାତିକ ସୈନ୍ୟ ବଧ କଲେ ଓ ସେନାପତି ଶୋଫକ୍କୁ ବଧ କଲେ ।
19
ତହୁଁ ହଦରେଷରର ଦାସମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଦାଉଦଙ୍କ ସଙ୍ଗେ ସନ୍ଧି କରି ତାଙ୍କର ଦାସ ହେଲେ; ପୁଣି ଅରାମୀୟମାନେ ଅମ୍ମୋନ-ସନ୍ତାନଗଣର ସାହାଯ୍ୟ କରିବାକୁ ଆଉ ସମ୍ମତ ହେଲେ ନାହିଁ ।
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29