bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 21
1 Chronicles 21
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 22 →
1
ଅନନ୍ତର ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା ।
2
ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ଵାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।
3
ଏଥିରେ ଯୋୟାବ କହିଲା, ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର ହେ ମୋʼ ପ୍ରଭୁ ମହାରାଜ, ସେସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ?
4
ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା । ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା ।
5
ପୁଣି ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା । ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ଼୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ଼୍ଗଧାରୀ ଲୋକ ଥିଲେ ।
6
ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା ।
7
ଆଉ ପରମେଶ୍ଵର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ ।
8
ତହୁଁ ଦାଉଦ ପରମେଶ୍ଵରଙ୍କୁ କହିଲେ, ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି ।
9
ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍କୁ କହିଲେ,
10
ଯାଅ, ଦାଉଦକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ ।
11
ତହିଁରେ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;
12
ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ଼୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ଼୍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ । ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର ।
13
ତହିଁରେ ଦାଉଦ ଗାଦ୍କୁ କହିଲେ, ମୁଁ ବଡ଼ ଅକଳରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ ।
14
ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମାରା ପଡ଼ିଲେ ।
15
ଏଉତ୍ତାରେ ପରମେଶ୍ଵର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର । ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା ।
16
ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ଼୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ । ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ ।
17
ପୁଣି ଦାଉଦ ପରମେଶ୍ଵରଙ୍କୁ କହିଲେ, ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ଵର, ତୁମ୍ଭ ହସ୍ତ ମୋʼ ପ୍ରତିକୂଳରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ ।
18
ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ ।
19
ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍ର ବାକ୍ୟାନୁସାରେ ଦାଉଦ ଗଲେ ।
20
ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ ।
21
ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା ।
22
ତେବେ ଦାଉଦ ଅରଣନକୁ କହିଲେ, ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ ।
23
ତହୁଁ ଅରଣନ ଦାଉଦଙ୍କୁ କହିଲା, ନେଉନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ-ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି ।
24
ଏଥିରେ ଦାଉଦ ରାଜା ଅରଣନକୁ କହିଲେ, ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ ।
25
ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ ।
26
ପୁଣି ଦାଉଦ ସେସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ଵାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ ।
27
ପୁଣି ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ଼୍ଗ ପୁନର୍ବାର ତହିଁର କୋଷରେ ରଖିଲା ।
28
ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ ।
29
କାରଣ ପ୍ରାନ୍ତରରେ ମୋଶାନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେସମୟରେ ଗିବୀୟୋନସ୍ଥ ଉଚ୍ଚସ୍ଥଳୀରେ ଥିଲା।
30
ମାତ୍ର ଦାଉଦ ପରମେଶ୍ଵରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ ସେ ସଦାପ୍ରଭୁଙ୍କ ଦୂତର ଖଡ଼୍ଗ ସକାଶୁ ଭୀତ ହୋଇଥିଲେ ।
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 22 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29