bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 23
1 Chronicles 23
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 24 →
1
ଅନନ୍ତର ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ ।
2
ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କି ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ ।
3
ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶ ହଜାର ହେଲେ ।
4
ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ;
5
ଆଉ ଚାରି ହଜାର ଲୋକ ଦ୍ଵାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ଵାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ ।
6
ପୁଣି ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ୍, କହାତ୍ ଓ ମରାରି ।
7
ଗେର୍ଶୋନୀୟମାନଙ୍କ ମଧ୍ୟରୁ ଲାଦନ୍ ଓ ଶିମୀୟି ।
8
ଲାଦନ୍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍ ଓ ଯୋୟେଲ, ତିନି ଜଣ ।
9
ଶିମୀୟିର ପୁତ୍ର; ଶଲୋମୀତ୍ ଓ ହସୀୟେଲ୍ ଓ ହାରୋଣ; ତିନି ଜଣ । ଏମାନେ ଲାଦନ୍ର ପିତୃବଂଶପ୍ରଧାନ ଥିଲେ ।
10
ପୁଣି ଶିମୀୟିର ପୁତ୍ର; ଯହତ୍ ଓ ସୀଷ ଓ ଯିୟୂଶ୍ ଓ ବରୀୟ । ଏହି ଚାରି ଜଣ ଶିମୀୟିର ପୁତ୍ର ।
11
ଯହତ୍ ପ୍ରଧାନ, ଦ୍ଵିତୀୟ ସୀଷ; ମାତ୍ର ଯିୟୂଶ୍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ ।
12
କହାତର ପୁତ୍ର; ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ ।
13
ଅମ୍ରାମ୍ର ପୁତ୍ର; ହାରୋଣ ଓ ମୋଶା; ପୁଣି ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ ।
14
ମାତ୍ର ପରମେଶ୍ଵରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ ।
15
ମୋଶାଙ୍କର ପୁତ୍ର; ଗେର୍ଶୋମ୍ ଓ ଇଲୀୟେଷର ।
16
ଗେର୍ଶୋମର ସନ୍ତାନମାନଙ୍କ ମଧ୍ୟରେ ଶବୂୟେଲ ପ୍ରଧାନ ।
17
ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ । ଏହି ଇଲୀୟେଷରର ଆଉ ପୁତ୍ର ନ ଥିଲେ, ମାତ୍ର ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ ।
18
ଯିଷ୍ହରର ପୁତ୍ରମାନଙ୍କ ମଧ୍ୟରେ ଶଲୋମୀତ୍ ପ୍ରଧାନ ଥିଲା ।
19
ହିବ୍ରୋଣର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ଯିରୀୟ, ଦ୍ଵିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍ ।
20
ଉଷୀୟେଲର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ମୀଖା, ଦ୍ଵିତୀୟ ଯିଶୀୟ ।
21
ମରାରିର ପୁତ୍ର ମହଲି ଓ ମୂଶି; ମହଲିର ପୁତ୍ର ଇଲୀୟାସର ଓ କୀଶ୍;
22
ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି ସେମାନଙ୍କ ଜ୍ଞାତି କୀଶ୍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ ।
23
ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍, ତିନି ଜଣ ।
24
ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ ।
25
କାରଣ ଦାଉଦ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି
26
ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବହିବାର ଆଉ ପ୍ରୟୋଜନ ହେବ ନାହିଁ ।
27
କାରଣ ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵବୟସ୍କ ଲୋକ ଗଣିତ ହେଲେ ।
28
କାରଣ ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;
29
ଆହୁରି ଦର୍ଶନୀୟ-ରୋଟୀର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ-ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟନ୍ତ
30
ପୁଣି ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର;
31
ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ଵନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;
32
ଏହେତୁ ସେମାନେ ସମାଗମ-ତମ୍ଵୁର ରକ୍ଷଣୀୟ ଓ ପବିତ୍ର-ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ ।
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29