bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 25
1 Chronicles 25
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 26 →
1
ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତି- ମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ଵାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି ଆପଣା ଆପଣା ସେବାନୁସାରେ କର୍ମକାରୀ-ମାନଙ୍କ ସଂଖ୍ୟା ଏହି ।
2
ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର୍ ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
3
ଯିଦୂଥୂନର କଥା; ଯିଦୂଥୂନର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାୟାହ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନର ହସ୍ତାଧୀନରେ ବୀଣା ଦ୍ଵାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
4
ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ୍, ଶବୂୟେଲ୍ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍;
5
ଏସମସ୍ତେ ଶୃଙ୍ଗଧ୍ଵନି କରିବା ନିମନ୍ତେ ପରମେଶ୍ଵରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ । ପରମେଶ୍ଵର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ ।
6
ଏସମସ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ଵାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ ।
7
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ ।
8
ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ ।
9
ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ଵିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ ।
10
ତୃତୀୟ ସକ୍କୁର୍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ।
11
ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
12
ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ।
13
ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ।
14
ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ।
15
ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
16
ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ।
17
ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
18
ଏକାଦଶ ଅସାରେଲ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
19
ଦ୍ଵାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
20
ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
21
ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
22
ପଞ୍ଚଦଶ ପାଇଁ ଯିରେମୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
23
ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
24
ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
25
ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
26
ଊନବିଂଶ ପାଇଁ ମଲ୍ଲେଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
27
ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
28
ଏକବିଂଶ ପାଇଁ ହୋଥୀର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
29
ଦ୍ଵାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
30
ତ୍ରୟୋବିଂଶ ପାଇଁ ମହସୀୟୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
31
ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ ।
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 26 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29