bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 29
1 Chronicles 29
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 28
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
1
ଅନନ୍ତର ଦାଉଦ ରାଜା ସମଗ୍ର ସମାଜକୁ କହିଲେ, ପରମେଶ୍ଵର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେଣଏବେ ହେଁ ଅଳ୍ପବୟସ୍କ ଓ କୋମଳ, ପୁଣି କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ଵରଙ୍କ ପାଇଁ ଅଟେ ।
2
ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ଵରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ଵର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି ।
3
ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ତାର ଅଛି, ଆଉ ମୁଁ ମୋʼ ପରମେଶ୍ଵରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ଵରଙ୍କ ଗୃହ ନିମନ୍ତେ ଦେଉଅଛି ।
4
ଅର୍ଥାତ୍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀର୍ର ସ୍ଵର୍ଣ୍ଣରୁ ତିନି ହଜାର ତାଳ; ସ୍ଵର୍ଣ୍ଣ ଓ ସାତ ହଜାର ତାଳ; ନିର୍ମଳ ରୂପାନ୍ତଣ ପ୍ର.ରା.୯:୨୮
5
ସ୍ଵର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି । ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ଵେଚ୍ଛାରେ ଉଦ୍ୟତ ଅଛି?
6
ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି ରାଜକାର୍ଯ୍ୟ-ଶାସକମାନେ ସ୍ଵେଚ୍ଛାରେ ଦାନ କଲେ;
7
ଆଉ ସେମାନେ ପରମେଶ୍ଵରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳ; ସ୍ଵର୍ଣ୍ଣ ଓ ଦଶ ହଜାର ଡାରିକ୍ ମୁଦ୍ରା ଓ ଦଶ ହଜାର ତାଳ; ରୂପା ଓ ଅଠର ହଜାର ତାଳ; ପିତ୍ତଳ ଓ ଏକ ଲକ୍ଷ ତାଳ; ଲୁହା ଦେଲେ ।
8
ପୁଣି ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ତାର-ଗୃହରେ ତାହାସବୁ ଦେଲେ ।
9
ତହିଁରେ ଲୋକମାନେ ସ୍ଵେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ ସେମାନେ ସିଦ୍ଧଚିତ୍ତରେ ସ୍ଵେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ ।
10
ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ସଦାକାଳ ଧନ୍ୟ ।
11
ହେ ସଦାପ୍ରଭୋ, ମହତ୍ତ୍ଵ ଓ ପରାକ୍ରମ ଓ ଶୋଭା ଓ ଜୟ ଓ ପ୍ରତାପ ତୁମ୍ଭର; କାରଣ ସ୍ଵର୍ଗରେ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ ।
12
ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ ।
13
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ଵର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ଵିତ ନାମରେ ପ୍ରଶଂସା କରୁଅଛୁ ।
14
ମାତ୍ର ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ଵେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ ।
15
କାରଣ ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ଵ କିଛି ନାହିଁ ।
16
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ ।
17
ଆହୁରି ହେ ମୋହର ପରମେଶ୍ଵର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ । ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ଵେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ଵେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି ।
18
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍ହାକର ଓ ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;
19
ପୁଣି ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ ।
20
ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର । ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ ।
21
ତହୁଁ ସେମାନେ ପର ଦିବସ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ବିସ୍ତର ବଳି ଉତ୍ସର୍ଗ କଲେ;
22
ଆଉ ସେହିଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନ ପାନ କଲେ । ପୁଣି ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ଵିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ ।
23
ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ ।
24
ପୁଣି ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ ।
25
ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ ।
26
ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ ।
27
ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ ।
28
ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ ।
29
ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସରେ ଓ ଗାଦ୍ ଦର୍ଶକର ଇତିହାସରେ ଲିଖିତ ଅଛି;
30
ତହିଁ ସଙ୍ଗେ ତାଙ୍କର ରାଜ୍ୟଶାସନ ଓ ତାଙ୍କର ପରାକ୍ରମ, ପୁଣି ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି ।
← Chapter 28
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29