bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 5
1 Chronicles 5
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 6 →
1
ଇସ୍ରାଏଲର ପ୍ରଥମଜାତ ରୁବେନ୍ର ସନ୍ତାନଗଣର କଥା, ରୁବେନ୍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶର୍ଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଗଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ ।
2
କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;
3
ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୁ, ହିଷ୍ରୋଣ ଓ କର୍ମୀ ।
4
ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶିମୟୀୟ, ତାହାର ପୁତ୍ର ଗୋଗ୍, ତାହାର ପୁତ୍ର ଶିମୀୟି;
5
ତାହାର ପୁତ୍ର ମୀଖା, ତାହାର ପୁତ୍ର ରାୟା, ତାହାର ପୁତ୍ର ବାଲ୍;
6
ତାହାର ପୁତ୍ର ବେରା, ଏହାକୁ ଅଶୂର-ରାଜା ତିଗ୍ଲତ୍-ପିଲେଷର ବନ୍ଦୀ କରି ନେଇଗଲା; ଏ ରୁବେନୀୟମାନଙ୍କର ଅଧିପତି ଥିଲା ।
7
ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ ଓ ଜିଖରୀୟ ପ୍ର.ବଂ.୫:୧୭
8
ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍ମୀୟୋନ୍ ପର୍ଯ୍ୟନ୍ତ ବାସ କଲା ।
9
ପୁଣି ପୂର୍ବଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ ।
10
ପୁଣି ଶାଉଲଙ୍କର ସମୟରେ ସେମାନେ ହାଗରୀୟ-ମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ଵୁରେ ଗିଲୀୟଦ ଦେଶର ପୂର୍ବଦିଗରେ ସର୍ବତ୍ର ବାସ କଲେ ।
11
ପୁଣି ଗାଦ୍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲ୍ଖା ପର୍ଯ୍ୟନ୍ତ ବାଶନ୍ ଦେଶରେ ବାସ କଲେ ।
12
ଯୋୟେଲ୍ ପ୍ରଧାନ ଓ ଶାଫମ୍ ଦ୍ଵିତୀୟ, ଆଉ ଯାନୟ ଓ ଶାଫଟ୍ ବାଶନରେ ରହିଲେ;
13
ପୁଣି ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ ଓ ମଶୂଲ୍ଲମ୍ ଓ ଶେବା ଓ ଯୋରୟ ଓ ଯାକନ୍ ଓ ସୀୟ ଓ ଏବର, ସାତ ଜଣ ।
14
ବୂଷ୍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ।
15
ଗୂନିର ପୌତ୍ର ଅବ୍ଦୀୟେଲର ପୁତ୍ର ଅହି ସେମାନଙ୍କ ପିତୃବଂଶର ପ୍ରଧାନ ଥିଲା ।
16
ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ ।
17
ଯିହୁଦାର ରାଜା ଯୋଥମଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମ୍ଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା ।
18
ରୁବେନ୍ର ସନ୍ତାନଗଣ, ପୁଣି ଗାଦୀୟ ଓ ମନଃଶିର ଅର୍ଦ୍ଧବଂଶ ମଧ୍ୟରେ ଢାଲ ଓ ଖଡ଼୍ଗ ଧରିବାକୁ ଓ ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ ।
19
ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର ଓ ନାଫୀଶ୍ ଓ ନୋଦବ୍ ସହିତ ଯୁଦ୍ଧ କଲେ ।
20
ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ଵରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ଵାସ କଲେ ।
21
ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର ଓ ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ ଓ ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇ ଗଲେ ।
22
କାରଣ ଯୁଦ୍ଧ ପରମେଶ୍ଵରଙ୍କ ଆଡ଼ୁ ହେବାରୁ ଅନେକ ହତ ହୋଇ ପଡ଼ିଲେ । ପୁଣି ସେମାନେ ବନ୍ଦୀତ୍ଵ ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କଲେ ।
23
ଆଉ ମନଃଶିର ଅର୍ଦ୍ଧବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନ୍ଠାରୁ ବାଲ୍-ହର୍ମୋଣ୍ ଓ ସନୀର୍ ଓ ହର୍ମୋଣ୍ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ ।
24
ପୁଣି ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର ଓ ଯିଶି ଓ ଇଲୀୟେଲ ଓ ଅସ୍ରୀୟେଲ୍ ଓ ଯିରିମୀୟ ଓ ହୋଦବୀୟ ଓ ଯହଦୀୟେଲ୍, ଏସମସ୍ତେ ମହାବିକ୍ରମଶାଳୀ ଓ ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ ।
25
ଅନନ୍ତର ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କଲେ, ଆଉ ପରମେଶ୍ଵର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ ।
26
ତହିଁରେ ଇସ୍ରାଏଲର ପରମେଶ୍ଵର ଅଶୂରର ରାଜା ପୂଲ୍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍-ପିଲେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍, ରୁବେନୀୟ ଓ ଗାଦୀୟ ଓ ମନଃଶିର ଅର୍ଦ୍ଧବଂଶୀୟ ଲୋକଙ୍କୁ ହଲହ ଓ ହାବୋର ଓ ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଅଦ୍ୟାପି ସେମାନେ ସେଠାରେ ଅଛନ୍ତି ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29