bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Corinthians 10
1 Corinthians 10
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 11 →
1
କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃପୁରୁଷ ସମସ୍ତେ ମେଘ ତଳେ ଥିଲେ,
2
ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,
3
ଆଉ ସମସ୍ତେ ଏକ ପାରମାର୍ଥିକ ଖାଦ୍ୟ ଭୋଜନ କଲେ
4
ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
5
ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ଵରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ ।
6
ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହିସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ଵରୂପ ହୋଇଅଛି ।
7
ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ” ।
8
ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ ।
9
ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ଵାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ ।
10
ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ଵାରା ବିନଷ୍ଟ ହେଲେ⇧, ସେପରି ତୁମ୍ଭେମାନେ ବଚସା କର ନାହିଁ ।
11
ଏହିସମସ୍ତ ଦୃଷ୍ଟାନ୍ତ ସ୍ଵରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗା; କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି ।
12
ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ ।
13
ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ଵାଭାବିକ, ତାହା ଛଡ଼ା ଅନ୍ୟପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ଵର ବିଶ୍ଵାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ ।
14
ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମା ପୂଜାରୁ ପଳାୟନ କର ।
15
ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର ।
16
ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୋଟୀ ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?
17
କାରଣ ରୋଟୀ ଏକ ହେବାରୁ ଆମ୍ଭେମାନେ ଅନେକ ହେଲେହେଁ ଏକ ଶରୀର ସ୍ଵରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୋଟୀର ଅଂଶୀ ।
18
ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହନ୍ତି?
19
ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି?
20
ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ସେମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ ।
21
ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ ।
22
ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?
23
ସମସ୍ତ ବିଷୟ ସାଧନ କରିବାକୁ ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ ।
24
କେହି ନିଜର ସ୍ଵାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ ।
25
ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର,
26
କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର ।
27
ଅବିଶ୍ଵାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର ।
28
କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ଵରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;
29
ତୁମ୍ଭ ନିଜ ବିବେକ ସକାଶେ ବୋଲି ମୁଁ କହୁ ନାହିଁ, ମାତ୍ର ତାʼର ବିବେକ ସକାଶେ । ମୋହର ସ୍ଵାଧୀନତା କାହିଁକି ଅନ୍ୟର ବିବେକ ଦ୍ଵାରା ବିଚାରିତ ହୁଏ?
30
ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି?
31
ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ଵରଙ୍କ ଗୌରବ ନିମନ୍ତେ ସବୁ କର ।
32
ଯିହୁଦୀ ବା ଗ୍ରୀକ୍ ବା ଈଶ୍ଵରଙ୍କ ମଣ୍ତଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,
33
ଯେପରି ମୁଁ ମଧ୍ୟ ମୋହର ସ୍ଵାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯନି କରେ ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16