bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Corinthians 11
1 Corinthians 11
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 12 →
1
ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ ।
2
ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି ।
3
କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକସ୍ଵରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ଵରୂପ ଓ ଈଶ୍ଵର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ଵରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା ।
4
ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ଵା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ ।
5
କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ଵା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ତନ ହେବା ସଙ୍ଗେ ସମାନ ।
6
କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ତନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ ।
7
ପୁରୁଷ ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ଵରୂପ ହେବାରୁ ପ୍ରକୃତରେ ତାʼର ମସ୍ତକ ଆଚ୍ଛାଦନ କରିବା ଉଚିତ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ଵରୂପ ।
8
କାରଣ ପୁରୁଷ ସ୍ତ୍ରୀଠାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ସ୍ତ୍ରୀ ପୁରୁଷଠାରୁ ଉତ୍ପନ୍ନ ହୋଇଅଛି ।
9
ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା ।
10
ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧୀନତାର ଚିହ୍ନ ଘେନିବା ଉଚିତ ।
11
ତଥାପି ପ୍ରଭୁଙ୍କଠାରେ ପୁରୁଷଠାରୁ ସ୍ତ୍ରୀ ସ୍ଵତନ୍ତ୍ର ନୁହେଁ କିମ୍ଵା ସ୍ତ୍ରୀଠାରୁ ପୁରୁଷ ସ୍ଵତନ୍ତ୍ର ନୁହେଁ । କାରଣ ସ୍ତ୍ରୀ ଯେପରି ପୁରୁଷଠାରୁ ଉତ୍ପନ୍ନ,
12
ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ଵାରା ଉତ୍ପନ୍ନ; କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ଉତ୍ପନ୍ନ ।
13
ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?
14
ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ,
15
କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ଵରୂପେ ତାʼର କେଶ ତାହାକୁ ଦିଆଯାଇଅଛି ।
16
କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ଵା ଈଶ୍ଵରଙ୍କ ମଣ୍ତଳୀସମୂହର ନାହିଁ ।
17
କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି ।
18
କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ତଳୀ ସ୍ଵରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ଵାସ କରୁଅଛି ।
19
ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ ।
20
ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;
21
କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ୍ ହୁଏ ।
22
କଅଣ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ? କିମ୍ଵା ତୁମ୍ଭେମାନେ କଅଣ ଈଶ୍ଵରଙ୍କ ମଣ୍ତଳୀକି ଅବଜ୍ଞା କରୁଅଛ, ପୁଣି ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ? ମୁଁ ତୁମ୍ଭମାନଙ୍କୁ କଅଣ କହିବି? କଅଣ ତୁମ୍ଭମାନଙ୍କର ପ୍ରଶଂସା କରିବି? ଏ ବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁନାହିଁ ।
23
କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୋଟୀ ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
24
ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
25
ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
26
କାରଣ ଯେତେ ଥର ତୁମ୍ଭେମାନେ ଏହି ରୋଟୀ ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ ।
27
ଅତଏବ, ଯେକେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୋଟୀ ଭୋଜନ କରେ କିମ୍ଵା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ ।
28
କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରିଭାବେ ଏହି ରୋଟୀ ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ ।
29
କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ମଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ତ ନିମନ୍ତେ ଭୋଜନ କରେ ଓ ପାନ କରେ ।
30
ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି ।
31
କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ ।
32
ଆଉ, ଜଗତ ସହିତ ଯେପରି ଦଣ୍ତାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ଵାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ ।
33
ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର ।
34
ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ତ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16