bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Corinthians 12
1 Corinthians 12
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 13 →
1
ହେ ଭାଇମାନେ, ଆତ୍ମିକ ଦାନ ସମ୍ଵନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ ।
2
ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ବିଜାତି ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ ।
3
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ଵରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ ‘ଯୀଶୁ ଅଭିଶପ୍ତʼ ବୋଲି କୁହେ ନାହିଁ, ପୁଣି କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ ‘ଯୀଶୁ ପ୍ରଭୁʼ ବୋଲି କହି ପାରେ ନାହିଁ ।
4
ଅନୁଗ୍ରହଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
5
ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ;
6
କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ଵର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି ।
7
କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ ।
8
କାରଣ ଜଣକୁ ଆତ୍ମାଙ୍କ ଦ୍ଵାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
9
ଅପର ଜଣକୁ ସେହି ଆତ୍ମାଙ୍କ ଦ୍ଵାରା ବିଶ୍ଵାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ଵାରା ଆରୋଗ୍ୟ କରିବାର ଶକ୍ତି,
10
ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ ।
11
କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ପୃଥକ୍ ପୃଥକ୍ ରୂପେ ଦାନ ବିତରଣ କରି ଏହିସମସ୍ତ କର୍ମ ସାଧନ କରନ୍ତି ।
12
କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ ।
13
ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ଵାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ଵାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ ।
14
କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ ।
15
ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।
16
ପୁଣି କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।
17
ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଆଘ୍ରାଣ କେଉଁଠାରେ?
18
କିନ୍ତୁ ଈଶ୍ଵର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି ।
19
ଆଉ, ଯଦି ସେସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ?
20
କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ ।
21
ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହି ପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହି ପାରେ ନାହିଁ ।
22
ବରଂ ଅନ୍ୟ ପକ୍ଷରେ ଶରୀରର ଯେସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକା; ପ୍ରୟୋଜନୀୟ;
23
ପୁଣି, ଶରୀରର ଯେଉଁସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅସୁନ୍ଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,
24
କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ ।
25
ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ଵର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି ।
26
ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଦୁଃଖଭୋଗ କରନ୍ତି, କିମ୍ଵା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଆନନ୍ଦ କରନ୍ତି ।
27
ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗସ୍ଵରୂପ ।
28
ପୁଣି, ଈଶ୍ଵର ମଣ୍ତଳୀରେ ପ୍ରଥମରେ ପ୍ରେରିତ, ଦ୍ଵିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଶକ୍ତିର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।
29
ସମସ୍ତେ କି ପ୍ରେରିତ? ସମସ୍ତେ କି ଭାବବାଦୀ? ସମସ୍ତେ କି ଶିକ୍ଷକ? ସମସ୍ତେ କି ଶକ୍ତିର କାର୍ଯ୍ୟସାଧକ?
30
ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?
31
କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକା; ଚେଷ୍ଟା କର । ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16