bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Corinthians 2
1 Corinthians 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 3 →
1
ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵ ବକ୍ତୃତା କିମ୍ଵା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ ।
2
କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି ।
3
ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲିନ୍ତ
4
ତୁମ୍ଭମାନଙ୍କ ବିଶ୍ଵାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ଵରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,
5
ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ଆତ୍ମା ଓ ଶକ୍ତିର ପ୍ରମାଣ-ଯୁକ୍ତ ହୋଇଥିଲା ।
6
ତଥାପି ଆମ୍ଭେମାନେ ପରିପକ୍ଵ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ଵା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,
7
ମାତ୍ର ଆମ୍ଭେମାନେ ନିଗୂଢ଼ ତତ୍ତ୍ଵ ସ୍ଵରୂପ ଈଶ୍ଵରଙ୍କ ଜ୍ଞାନର କଥା କହୁଅଛୁ; ସେହି ଗୁପ୍ତ ଜ୍ଞାନ ଈଶ୍ଵର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ ।
8
ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;
9
କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେସମସ୍ତ ବିଷୟ ଈଶ୍ଵର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି ।”
10
କିନ୍ତୁ ଈଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆତ୍ମାଙ୍କ ଦ୍ଵାରା ସେସମସ୍ତ ପ୍ରକାଶ କରିଅଛନ୍ତି; ଯେଣୁ ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ଵରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି ।
11
କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ଵରଙ୍କ ବିଷୟସବୁ ଈଶ୍ଵରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ ।
12
ଯେପରି ଈଶ୍ଵରଙ୍କ ଦ୍ଵାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦତ୍ତ ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ଵରଙ୍କ ଆତ୍ମା ପାଇଅଛୁ ।
13
ସେହିସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନ ଦ୍ଵାରା ଶିକ୍ଷିତ ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ଵାରା ବୁଝାଇ ଆତ୍ମାଙ୍କ ଦ୍ଵାରା ଶିକ୍ଷିତ ବାକ୍ୟରେ କହିଥାଉ ।
14
କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ଵରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ ।
15
ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତାʼର ବିଚାର କରେ ନାହିଁ ।
16
କାରଣ କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ? କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16