bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Corinthians 3
1 Corinthians 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 4 →
1
ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି ।
2
ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,
3
ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ । କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ଵଭାବ ଅନୁସାରେ କି ଆଚରଣ କରୁନାହଁ?
4
ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ⇧ ⇧ ନୁହଁ?
5
ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ଵାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ଵାସ କରିଅଛ ।
6
ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ଵର ବୃଦ୍ଧି ସାଧନ କରିଅଛନ୍ତି ।
7
ଅତଏବ, ଯେ ରୋପଣ କରେ କିମ୍ଵା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ଵର, ସେ ସାର ।
8
ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ ।
9
କାରଣ ଆମ୍ଭେମାନେ ଈଶ୍ଵରଙ୍କ ସହକର୍ମୀ; ତୁମ୍ଭେମାନେ ଈଶ୍ଵରଙ୍କ କ୍ଷେତ୍ର, ଈଶ୍ଵରଙ୍କ ଗୃହ ।
10
ମୋତେ ଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି । କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ଵନ୍ଧରେ ସାବଧାନ ହେଉ ।
11
କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ ।
12
କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,
13
ତାହାହେଲେ ପ୍ରତ୍ୟେକ ଜଣର କର୍ମ କିପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହିଦିନ ତାହା ପ୍ରକାଶ କରିବ, ଯେଣୁ ସେହିଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କିପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ ।
14
ଯେ ଯାହା ନିର୍ମାଣ କରିଅଛି, ତାʼର ସେହି କର୍ମ ଯଦି ରହିବ, ତେବେ ସେ ପୁରସ୍କାର ପାଇବ;
15
ଯଦି କାହାରି କର୍ମ ପୋଡ଼ିଯିବ, ତାʼର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ ।
16
ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ଵରଙ୍କ ମନ୍ଦିର, ଆଉ ଈଶ୍ଵରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
17
ଯଦି କୌଣସି ଲୋକ ଈଶ୍ଵରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ଵର ତାକୁ ନଷ୍ଟ କରିବେ; କାରଣ ଈଶ୍ଵରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ ।
18
କେହି ଆପଣାକୁ ପ୍ରବଞ୍ଚନା ନ କରୁ । ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ ।
19
କାରଣ ଏହି ଜଗତର ଜ୍ଞାନ ଈଶ୍ଵରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତିନ୍ତ”
20
ପୁନଶ୍ଚ, “ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି ।”
21
ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;
22
କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର; ପାଉଲ କୁହ କି ଆପଲ୍ଲ କୁହ କି କେଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,
23
କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ପୁଣି ଖ୍ରୀଷ୍ଟ ଈଶ୍ଵରଙ୍କର ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16