bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Corinthians 4
1 Corinthians 4
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 5 →
1
ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵର ଭଣ୍ତାରଘରିଆ ବୋଲି ମନେ କରନ୍ତୁ ।
2
ଆଉ, ଭଣ୍ତାରଘରିଆ ବିଷୟରେ ଏହା ନିତା; ଆବଶ୍ୟକ, ଯେପରି ସେ ବିଶ୍ଵସ୍ତ ଦେଖାଯାଏ ।
3
କିନ୍ତୁ ତୁମ୍ଭମାନଙ୍କ ଦ୍ଵାରା କିମ୍ଵା କୌଣସି ଲୌକିକ ବିଚାରସଭା ଦ୍ଵାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ ।
4
କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ; କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ ।
5
ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ; ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ; ସେତେବେଳେ ପ୍ରତ୍ୟେକ ଜଣ ଈଶ୍ଵରଙ୍କଠାରୁ ପ୍ରଶଂସା ପାଇବ ।
6
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ‘ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁʼ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ ।
7
କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ଵରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ଵରୂପେ ପାଇଅଛ, ତେବେ ତାହା ଦାନ ସ୍ଵରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?
8
ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇ ଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ଵ କରି ପାରିଥାଆନ୍ତୁ ।
9
କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ଵର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ ।
10
ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ ।
11
ଏସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ
12
ସ୍ଵହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,
13
ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ଵରୂପ ହୋଇଅଛୁ ।
14
ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହିସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହିସମସ୍ତ ଲେଖୁଅଛି ।
15
କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ଵାରା ଜନ୍ମ ଦେଇଅଛି ।
16
ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ ।
17
ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ଵସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ତଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣସମସ୍ତ ସ୍ମରଣ କରାଇବେ ।
18
ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି ।
19
କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଯିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!
20
କାରଣ ଈଶ୍ଵରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ ।
21
ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଯିବି ନା ପ୍ରେମ ଘେନି ଓ ମୃଦୁତାର ଆତ୍ମା ଘେନି ଯିବି?
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16