bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Corinthians 8
1 Corinthians 8
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 9 →
1
ଦେବପ୍ରସାଦ ସମ୍ଵନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ । ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ ।
2
ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;
3
କିନ୍ତୁ ଯଦି କେହି ଈଶ୍ଵରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ ।
4
ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ଵର ବିନା ଦ୍ଵିତୀୟ ନାହିଁ ।
5
କାରଣ ସ୍ଵର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କହନ୍ତି, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),
6
ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ଵର, ଅର୍ଥାତ୍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି ଏକମାତ୍ର ପ୍ରଭୁ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ଵାରା ସମସ୍ତ ବିଷୟ ହୋଇଅଛିା, ପୁଣି ତାହାଙ୍କ ଦ୍ଵାରା ଆମ୍ଭେମାନେ ହୋଇଅଛୁ ।
7
ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ ।
8
କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ଵରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ଵା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ ।
9
କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ ।
10
କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ଦେବାଳୟରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାʼର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ?
11
ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ଵାରା ନଷ୍ଟ ହେଉଅଛି ।
12
ଏହିପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ ।
13
ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ଵାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କେବେ ହେଲେ ମାଂସ ଖାଇବି ନାହିଁ ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16