bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Corinthians 9
1 Corinthians 9
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 10 →
1
ମୁଁ କଅଣ ସ୍ଵାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ?
2
ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ଵରୂପ ।
3
ମୋହର ସମାଲୋଚକମାନଙ୍କୁ ମୋହର ଉତ୍ତର ଏହି ।
4
ଭୋଜନପାନ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?
5
ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କେଫାଙ୍କ ପରି ବିଶ୍ଵାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?
6
କିମ୍ଵା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ?
7
କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?
8
ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ?
9
କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖା ଅଛି, “ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ତି ଦିଅ ନାହିଁ ।” ଈଶ୍ଵର କଅଣ ବଳଦ ବିଷୟରେ ଚିନ୍ତା କରନ୍ତି?
10
ସେ କଅଣ କେବଳ ଆମ୍ଭମାନଙ୍କ ନିମନ୍ତେ ଏହା କହନ୍ତି ନାହିଁ? ହଁ ଆମ୍ଭମାନଙ୍କ ନିମନ୍ତେ ଏହା ଲିଖିତ ହୋଇଅଛି, ଯେପରି ଯେ ଚାଷ କରେ, ଆଶାରେ ତାହାର ଚାଷ କରିବା ଉଚିତ, ଆଉ ଯେ ବେଙ୍ଗଳା ପକାଏ, ଭାଗ ପାଇବା ଆଶାରେ ତାʼର ବେଙ୍ଗଳା ପକାଇବା ଉଚିତ ।
11
ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବପନ କରିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କଅଣ ଗୁରୁତର ବିଷୟ?
12
ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟକରୁଅଛୁ ।
13
ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦି ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?
14
ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ଵାରା ଜୀବିକା ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି ।
15
କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ ।
16
କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ତର ପାତ୍ର ।
17
କାରଣ ଯଦି ମୁଁ ସ୍ଵେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ଵେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼଠାରେ ସମର୍ପିତ ହୋଇଅଛି ।
18
ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ବିଷୟ କରେ ।
19
କାରଣ ଯେପରି ମୁଁ ଅଧିକ ସଂଖ୍ୟକ ଲୋକ ଲାଭ କରି ପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି ।
20
ଯେପରି ମୁଁ ଯିହୁଦୀମାନଙ୍କୁ ଲାଭ କରିପାରେ, ଏଥିପାଇଁ ଯିହୁଦୀମାନଙ୍କ ନିକଟରେ ମୁଁ ଯିହୁଦୀ ପରି ହେଲି; ଯେପରି ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ବ୍ୟବସ୍ଥା ଅଧୀନର ପରି ହେଲି ।
21
ଯେପରି ମୁଁ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଈଶ୍ଵରଙ୍କ ବ୍ୟବସ୍ଥାବିହୀନ ନ ହୋଇ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅନୁଗତ ହେଲେହେଁ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ବ୍ୟବସ୍ଥା-ବିହୀନ ପରି ହେଲି ।
22
ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛିସସ।
23
ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ ।
24
ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼ ।
25
ଯେକେହି କ୍ରୀଡ଼ାରେ ପ୍ରତିଦ୍ଵନ୍ଦ୍ଵିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ ।
26
ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ ।
27
ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16