bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 John 2
1 John 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
1
ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି । କିନ୍ତୁ କେହି ଯଦି ପାପ କରେ, ତାହା- ହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେହି ଧାର୍ମିକ ଯୀଶୁ ଖ୍ରୀଷ୍ଟ ।
2
ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ଵରୂପ ଅଟନ୍ତି ।
3
ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ଦ୍ଵାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ ।
4
ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;
5
କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ଵରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ ।
6
ଯେ ତାହାଙ୍କଠାରେ ରହେ ବୋଲି କହେ, ତାହାର ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ ।
7
ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା ।ପ୍ର.ଯୋହ. ୩:୧୧; ଦ୍ଵି.ଯୋହ. ୧:୫ ପ୍ର.ଯୋହ. ୪:୨୧
8
ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ । କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି ।
9
ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି ।
10
ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ ।
11
କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି ଅନ୍ଧକାରରେ ଭ୍ରମଣ କରି କେଉଁ ଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି ।
12
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି ।
13
ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ ।
14
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ । ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି ଈଶ୍ଵରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ ।
15
ସଂସାର କିଅବା ସେଥିରେ ଥିବା ବିଷୟସବୁକୁ ପ୍ରେମ ନ କର । କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
16
କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହିସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ ।
17
ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ଵରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ ।
18
ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଖ୍ରୀଷ୍ଟାରି ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଖ୍ରୀଷ୍ଟାରି ଉଠିଲେଣି; ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ ।
19
ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ ।
20
ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ ।
21
ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି ।
22
ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଖ୍ରୀଷ୍ଟାରି ।
23
ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ ହୋଇ ନାହିଁ; ଯେ ପୁତ୍ରଙ୍କୁ ସ୍ଵୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ ହୋଇଅଛି ।
24
ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ । ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ ।
25
ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନ; ଜୀବନ ।
26
ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ଵନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହିସମସ୍ତ ଲେଖିଲି ।
27
କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ ।
28
ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା ।
29
ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେକେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ,, ଏହା ମଧ୍ୟ ଜାଣ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
All chapters:
1
2
3
4
5