bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Kings 12
1 Kings 12
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 13 →
1
ଅନନ୍ତର ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ ।
2
ଏଥି ମଧ୍ୟରେ ନବାଟର ପୁତ୍ର ସେହି ଯେ ଯାରବୀୟାମ ଶଲୋମନ ରାଜାଙ୍କର ଛାମୁରୁ ପଳାଇ ମିସରରେ ଏଯାଏ ଥିଲେ, ସେ ତାଙ୍କର ମୃତ୍ୟୁ ସମ୍ଵାଦ ପାଇଲେ; ସେ ମିସରରେ ବାସ କରୁଥିବା ବେଳେ ଲୋକମାନେ ତାଙ୍କୁ ଡକାଇ ପଠାଇଲେ ।
3
ତହିଁରେ ଯାରବୀୟାମ ଓ ଇସ୍ରାଏଲର ସମସ୍ତ ସମାଜ ରିହବୀୟାମଙ୍କ ନିକଟକୁ ଆସି ଏହି କଥା କହିଲେ,
4
ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ ।
5
ତହୁଁ ସେ ସେମାନଙ୍କୁ କହିଲେ, ଏବେ ଯାଅ, ତିନି ଦିନ ଉତ୍ତାରେ ପୁନର୍ବାର ମୋʼ କତିକି ଆସ । ତହିଁରେ ଲୋକମାନେ ଚାଲିଗଲେ ।
6
ଏଥିଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବନ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ, ସେମାନଙ୍କ ସହିତ ମନ୍ତ୍ରଣା କରି କହିଲେ, ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ମନ୍ତ୍ରଣା ଦେଉଅଛ?
7
ତେବେ ସେମାନେ ତାଙ୍କୁ କହିଲେ, ତୁମ୍ଭେ ଯେବେ ଆଜି ଏହି ଲୋକମାନଙ୍କର ସେବକ ହେବ ଓ ସେମାନଙ୍କର ସେବା କରି ସେମାନଙ୍କୁ ଉତ୍ତର ଦେବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ ।
8
ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ମନ୍ତ୍ରଣା ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ମନ୍ତ୍ରଣା କଲେ ।
9
ପୁଣି ସେ ସେମାନଙ୍କୁ କହିଲେ, ଏହି ଲୋକମାନେ ମୋତେ କହୁଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭଙ୍କୁ କି ମନ୍ତ୍ରଣା ଦେଉଅଛ?
10
ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ; ମୋର କନିଷ୍ଠ ଅଙ୍ଗୁଳି ମୋʼ ପିତାଙ୍କ କଟିଠାରୁ ମୋଟ ।
11
ଏଥିପାଇଁ ମୋʼ ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି ।
12
ତୃତୀୟ ଦିନରେ ମୋʼ ନିକଟକୁ ପୁଣି ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ ଓ ସମସ୍ତ ଲୋକ ରିହବୀୟାମଙ୍କ ନିକଟକୁ ଆସିଲେ ।
13
ତହିଁରେ ପ୍ରାଚୀନମାନଙ୍କ ଦତ୍ତ ମନ୍ତ୍ରଣା ତ୍ୟାଗ କରି ରାଜା ଲୋକମାନଙ୍କୁ କଟୁ ଉତ୍ତର ଦେଲେ;
14
ପୁଣି ଯୁବାମାନଙ୍କ ମନ୍ତ୍ରଣାନୁସାରେ ଲୋକମାନଙ୍କୁ କହିଲେ, ମୋʼ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି ।
15
ଏହିରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ଦ୍ଵାରା ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ସଦାପ୍ରଭୁଙ୍କ ଆଡ଼ୁ ଘଟିଲା ।
16
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ଵୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ । ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ଵୁକୁ ଚାଲିଗଲେ ।
17
ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ ।
18
ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ଅଦୋନୀରାମ୍କୁ ପଠାଇଲେ; ମାତ୍ର ସମୁଦାୟ ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା । ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ ।
19
ଏହିରୂପେ ଇସ୍ରାଏଲ ଆଜି ପର୍ଯ୍ୟନ୍ତ ଦାଉଦ-ବଂଶର ବିଦ୍ରୋହୀ ହେଲେ ।
20
ଏଉତ୍ତାରେ ଯାରବୀୟାମ ଫେରି ଆସିଅଛନ୍ତି ବୋଲି ସମୁଦାୟ ଇସ୍ରାଏଲ ଶୁଣନ୍ତେ, ସେମାନେ ଲୋକ ପଠାଇ ତାଙ୍କୁ ମଣ୍ତଳୀକି ଡକାଇଲେ ଓ ସମୁଦାୟ ଇସ୍ରାଏଲ ଉପରେ ତାଙ୍କୁ ରାଜା କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା କେହି ଦାଉଦ-ବଂଶର ଅନୁଗାମୀ ହେଲା ନାହିଁ ।
21
ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ଯିହୁଦାର ସମସ୍ତ ବଂଶର ଓ ବିନ୍ୟାମୀନ-ଗୋଷ୍ଠୀର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ଓ ଶଲୋମନଙ୍କର ପୁତ୍ର ରିହବୀୟାମଙ୍କର ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ-ବଂଶ ସହିତ ଯୁଦ୍ଧ ହେଲା ।
22
ମାତ୍ର ପରମେଶ୍ଵରଙ୍କ ଲୋକ ଶମିୟୀୟ ନିକଟରେ ପରମେଶ୍ଵରଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
23
ଯିହୁଦାର ରାଜା ଶଲୋମନର ପୁତ୍ର ରିହବୀୟାମକୁ, ପୁଣି ଯିହୁଦା ଓ ବିନ୍ୟାମୀନର ସମସ୍ତ ବଂଶକୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ କୁହ:
24
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରି ଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି । ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ଆପଣା ପଥରେ ଫେରିଗଲେ ।
25
ଏହି ସମୟରେ ଯାରବୀୟାମ ଇଫ୍ରୟିମର ପର୍ବତମୟ ଦେଶରେ ଶିଖିମ ନିର୍ମାଣ କରି ତହିଁରେ ବାସ କଲେ; ପୁଣି ସେ ସେଠାରୁ ଯାଇ ପନୂୟେଲ ନିର୍ମାଣ କଲେ ।
26
ତହୁଁ ଯାରବୀୟାମ ଆପଣା ମନେ ମନେ କହିଲେ, ଏବେ ରାଜ୍ୟ ପୁନର୍ବାର ଦାଉଦ-ବଂଶର ଅଧୀନ ହେବ;
27
ଯେବେ ଏହି ଲୋକମାନେ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହରେ ବଳିଦାନ କରିବାକୁ ଯିବେ, ତେବେ ଏହି ଲୋକମାନଙ୍କର ଅନ୍ତଃକରଣ ଆପଣାମାନଙ୍କ ପ୍ରଭୁ ଯିହୁଦାର ରାଜା ରିହବୀୟାମ ପ୍ରତି ଫେରିବ; ତହିଁରେ ସେମାନେ ମୋତେ ବଧ କରି ଯିହୁଦାର ରାଜା ରିହବୀୟାମ ନିକଟକୁ ଫେରିଯିବେ ।
28
ଏହେତୁ ରାଜା ମନ୍ତ୍ରଣା କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି ସେ ଲୋକମାନଙ୍କୁ କହିଲେ, ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ ।
29
ତହୁଁ ସେ ଗୋଟିକୁ ବୈଥେଲରେ ଓ ଅନ୍ୟଟିକି ଦାନ୍ରେ ସ୍ଥାପନ କଲେ ।
30
ଏହି କର୍ମ ପାପର କାରଣ ହେଲା; କାରଣ ଲୋକମାନେ ଗୋଟିକର ପୂଜା କରିବା ନିମନ୍ତେ ଦାନ୍ ପର୍ଯ୍ୟନ୍ତ ସୁଦ୍ଧା ଗଲେ ।
31
ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ ।
32
ପୁଣି ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକି ଗଲେ; ଏହିରୂପେ ସେ ସ୍ଵନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବୈଥେଲରେ ବଳିଦାନ କଲେ; ପୁଣି ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବୈଥେଲରେ ସ୍ଥାପନ କଲେ ।
33
ଏହିପରି ସେ ଅଷ୍ଟମ ମାସର ପଞ୍ଚଦଶ ଦିନରେ, ଅର୍ଥାତ୍, ଆପଣା ମନର ସଙ୍କଳ୍ପିତ ମାସରେ ବୈଥେଲସ୍ଥିତ ସ୍ଵନିର୍ମିତ ଯଜ୍ଞବେଦିକି ଗଲେ ଓ ସେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜ୍ଵଳାଇବା ପାଇଁ ଯଜ୍ଞବେଦିକି ଗଲେ ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22