bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Kings 17
1 Kings 17
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 18 →
1
ଅନନ୍ତର ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ ।
2
ଏଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
3
ଯଥା, ତୁମ୍ଭେ ଏଠାରୁ ଯାଇ ପୂର୍ବଦିଗକୁ ଫେରି ଯର୍ଦ୍ଦନ-ସମ୍ମୁଖସ୍ଥ କରୀତ୍ ନଦୀ ନିକଟରେ ଆପଣାକୁ ଲୁଚାଅ ।
4
ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ ।
5
ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ-ସମ୍ମୁଖସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ ।
6
ପୁଣି କାକମାନେ ପ୍ରାତଃକାଳରେ ରୋଟୀ ଓ ମାଂସ, ପୁଣି ସନ୍ଧ୍ୟା ବେଳେ ରୋଟୀ ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ ।
7
ପୁଣି ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା ।
8
ଅନନ୍ତର ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
9
ଯଥା, ଉଠ, ସୀଦୋନର ସାରିଫତ୍କୁ ଯାଇ ସେଠାରେ ବାସ କର । ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକି ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ ।
10
ତହିଁରେ ସେ ଉଠି ସାରିଫତ୍କୁ ଗଲେ ଓ ସେ ନଗର ଦ୍ଵାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି ।
11
ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁଣି ଡାକି କହିଲେ, ବିନୟ କରୁଅଛି, ମୋʼ ପାଇଁ ଖଣ୍ତେ ରୋଟୀ ହାତରେ ଆଣ ।
12
ତହୁଁ ସେ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଜୀବିତ ଥିବା ପ୍ରମାଣେ ମୋʼଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ତ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ ।
13
ଏଥିରେ ଏଲୀୟ ତାହାକୁ କହିଲେ, ଭୟ ନ କର; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ କତିକି ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର ।
14
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ ।
15
ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନଯାଏ ଭୋଜନ କଲେ ।
16
ଏଲୀୟଙ୍କ ଦ୍ଵାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ ।
17
ଏହିସବୁ ଘଟନା ଉତ୍ତାରେ ଗୃହର କର୍ତ୍ତ୍ରୀ ସେହି ସ୍ତ୍ରୀର ପୁତ୍ର ପୀଡ଼ିତ ହେଲା; ପୁଣି ତାହାର ପୀଡ଼ା ଏପରି ପ୍ରବଳ ହେଲା ଯେ, ତାହାଠାରେ ଶ୍ଵାସବାୟୁ ରହିଲା ନାହିଁ ।
18
ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!
19
ତହୁଁ ଏଲୀୟ ତାହାକୁ କହିଲେ, ମୋତେ ତୁମ୍ଭ ପୁତ୍ରକୁ ଦିଅ । ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକି ଘେନି ଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ ।
20
ପୁଣି ସେ ସଦାପ୍ରଭୁଙ୍କୁ ଡାକି କହିଲେ, ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କʼଣ ଅମଙ୍ଗଳ ଘଟାଇଲ?
21
ତହୁଁ ବାଳକ ଉପରେ ସେ ତିନି ଥର ଆପଣାକୁ ଲମ୍ଵାଇଲେ, ଆଉ ସେ ସଦାପ୍ରଭୁଙ୍କୁ ଡାକି କହିଲେ, ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ମୁଁ ବିନୟ କରୁଅଛି, ଏହି ବାଳକର ପ୍ରାଣ ତାହା ମଧ୍ୟକୁ ଫେରି ଆସୁ ।
22
ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା ।
23
ତହୁଁ ଏଲୀୟ ବାଳକକୁ ନେଇ କୋଠରିରୁ ଓହ୍ଲାଇ ଗୃହକୁ ଆଣି ତାହାର ମାତାର ହସ୍ତରେ ତାହାକୁ ସମର୍ପଣ କଲେ; ପୁଣି ଏଲୀୟ କହିଲେ, ଏହି ଦେଖ, ତୁମ୍ଭର ପୁତ୍ର ଜୀବିତ ହେଲା ।
24
ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, ତୁମ୍ଭେ ଯେ ପରମେଶ୍ଵରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି ।
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22