bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Kings 18
1 Kings 18
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 19 →
1
ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା ।
2
ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ । ସେସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା ।
3
ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ । (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା ।
4
ପୁଣି ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ଵର ମଧ୍ୟରେ ଲୁଚାଇ ରଖି ଅନ୍ନ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା ।)
5
ପୁଣି ଆହାବ ଓବଦୀୟକୁ କହିଲେ, ଦେଶ ମଧ୍ୟ ଦେଇ ସବୁ ଜଳ-ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ଵ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ ।
6
ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟ ଆଡ଼େ ଗଲା ।
7
ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, ଆପଣ କʼଣ ମୋʼ ପ୍ରଭୁ ଏଲୀୟ?
8
ତହିଁରେ ସେ ଉତ୍ତର କଲେ; ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ଦେଖ, ଏଲୀୟ ଏଠାରେ ଅଛି ।
9
ତହୁଁ ସେ କହିଲା, ମୁଁ କି ବିଷୟରେ ପାପ କଲି ଯେ, ଆପଣ ଆପଣା ଦାସ ମୋତେ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରିବେ?
10
ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ଵେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କି ରାଜ୍ୟ ନାହିଁ । ପୁଣି ସେ ଏଠାରେ ନାହିଁ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକି ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ ।
11
ଏବେ ଆପଣ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁକୁ କୁହ, ଦେଖ, ଏଲୀୟ ଏଠାରେ ଅଛି ।
12
ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ଵାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି ।
13
ଈଷେବଲ୍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ଵରରେ ଲୁଚାଇ ରଖି ଅନ୍ନ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?
14
ତଥାପି ଆପଣ ଏବେ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁକୁ କୁହ, ଦେଖ, ଏଲୀୟ ଏଠାରେ ଅଛି; ତହିଁରେ ସେ ମୋତେ ବଧ କରିବେ ।
15
ତହୁଁ ଏଲୀୟ କହିଲେ, ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି ।
16
ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ଵାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ ।
17
ପୁଣି ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, ହେ ଇସ୍ରାଏଲର ଦୁଃଖଦାୟକ, ଏ କʼଣ ତୁମ୍ଭେ?
18
ତହୁଁ ସେ ଉତ୍ତର କଲେ, ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍ ଦେବଗଣର ଅନୁଗାମୀ ହୋଇଅଛ ।
19
ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରିଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରିଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର ।
20
ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ ।
21
ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ଵର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍, ତେବେ ତାହାର ଅନୁଗାମୀ ହୁଅ । ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ ।
22
ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍ର ଭବିଷ୍ୟଦ୍ବକ୍ତା ଚାରିଶହ ପଚାଶ ଜଣ ଅଛନ୍ତି ।
23
ଏହେତୁ ସେମାନେ ଆମ୍ଭମାନଙ୍କୁ ଦୁଇ ବୃଷ ଦେଉନ୍ତୁ, ଆଉ ସେମାନେ ଆପଣାମାନଙ୍କ ପାଇଁ ଗୋଟିଏ ବୃଷ ପସନ୍ଦ କରନ୍ତୁ ଓ ତାହା ଖଣ୍ତ ଖଣ୍ତ କରି କାଷ୍ଠ ଉପରେ ରଖନ୍ତୁ, ମାତ୍ର ତଳେ ଅଗ୍ନି ନ ଦେଉନ୍ତୁ; ଆଉ ମୁଁ ଅନ୍ୟ ବୃଷଟିକି ପ୍ରସ୍ତୁତ କରି କାଷ୍ଠ ଉପରେ ରଖିବି, ମାତ୍ର ତଳେ ଅଗ୍ନି ଦେବି ନାହିଁ ।
24
ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ଵାରା ଉତ୍ତର ଦେବେ, ସେ ପରମେଶ୍ଵର ହେଉନ୍ତୁ । ଏଥିରେ ସମସ୍ତ ଲୋକ ଉତ୍ତର କଲେ, ଏ କଥା ଉତ୍ତମ ।
25
ଏଥିଉତ୍ତାରେ ଏଲୀୟ ବାଲ୍ର ଭବିଷ୍ୟଦ୍-ବକ୍ତାମାନଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ ।
26
ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି ପ୍ରାତଃ କାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ଡାକି ପ୍ରାର୍ଥନା କରି କହିଲେ, ହେ ବାଲ୍, ଆମ୍ଭମାନଙ୍କ କଥା ଶୁଣ । ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ । ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ ।
27
ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, ଉଚ୍ଚ ସ୍ଵର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ ।
28
ପୁଣି ସେମାନେ ଉଚ୍ଚ ସ୍ଵର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ ।
29
ପୁଣି ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ ।
30
ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, ମୋʼ କତିକି ଆସ; ତହୁଁ ସମଗ୍ର ଲୋକ ତାଙ୍କ କତିକି ଆସିଲେ । ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନର୍ନିର୍ମାଣ କଲେ ।
31
ପୁଣି ଯେଉଁ ଯାକୁବ ନିକଟରେ ତୁମ୍ଭର ନାମ ଇସ୍ରାଏଲ ହେବ ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ ।
32
ଆଉ ସେହି ପଥରସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ ।
33
ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ତ ଖଣ୍ତ କରି କାଟି କାଷ୍ଠ ଉପରେ ଥୋଇଲେ । ଆଉ ସେ କହିଲେ, ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ ।
34
ପୁଣି ସେ କହିଲେ, ଦ୍ଵିତୀୟ ଥର ତାହା କର; ତହୁଁ ସେମାନେ ଦ୍ଵିତୀୟ ଥର ତାହା କଲେ । ଆହୁରି ସେ କହିଲେ, ତୃତୀୟ ଥର ତାହା କର; ତହୁଁ ସେମାନେ ତୃତୀୟ ଥର ତାହା କଲେ ।
35
ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକି ମଧ୍ୟ ଜଳରେ ପୂର୍ଣ୍ଣ କଲେ ।
36
ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ଵର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ ।
37
ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ଵର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋʼ କଥା ଶୁଣ, ହେ ସଦାପ୍ରଭୋ, ମୋʼ କଥା ଶୁଣ ।
38
ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି ଓ କାଷ୍ଠ ଓ ପ୍ରସ୍ତରସବୁ ଓ ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା ।
39
ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, ସଦାପ୍ରଭୁ ହିଁ ପରମେଶ୍ଵର, ସଦାପ୍ରଭୁ ହିଁ ପରମେଶ୍ଵର ଅଟନ୍ତି ।
40
ତହୁଁ ଏଲିୟ ସେମାନଙ୍କୁ କହିଲେ, ବାଲ୍ର ଭବିଷ୍ୟଦ୍-ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକି ପଳାଇବାକୁ ଦିଅ ନାହିଁ । ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି ଏଲୀୟ ସେମାନଙ୍କୁ କୀଶୋନ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ ।
41
ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, ତୁମ୍ଭେ ଉଠି ଯାଇ ଭୋଜନ ପାନ କର; କାରଣ ଅତିଶୟ ବୃଷ୍ଟିର ଶଦ୍ଦ ହେଉଅଛି ।
42
ତହୁଁ ଆହାବ ଭୋଜନ ପାନ କରିବାକୁ ଉଠିଗଲେ । ପୁଣି ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ ।
43
ପୁଣି ସେ ଆପଣା ଦାସକୁ କହିଲେ, ଉଠିଯାଇ ସମୁଦ୍ରଆଡ଼େ ଅନାଅ । ତହୁଁ ସେ ଉଠିଯାଇ ଅନାଇ କହିଲା, କିଛି ନାହିଁ । ଏଥିରେ ଏଲୀୟ କହିଲେ, ପୁନର୍ବାର ସାତ ଥର ଯାଅ ।
44
ତହୁଁ ସେ ସପ୍ତମ ଥର କହିଲା, ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ତେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି । ଏଥିରେ ଏଲୀୟ କହିଲେ, ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ ।
45
ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା । ପୁଣି ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ ।
46
ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ିଗଲେ ।
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22