bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Kings 21
1 Kings 21
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 22 →
1
ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ତେ ଦ୍ରାକ୍ଷାକ୍ଷେତ୍ର ଥିଲା ।
2
ଏଣୁ ଆହାବ ନାବୋତକୁ କହିଲେ, ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଅବା ତୁମ୍ଭକୁ ଭଲ ଦିଶିଲେ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି ।
3
ଏଥିରେ ନାବୋତ ଆହାବଙ୍କୁ କହିଲା, ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ ।
4
ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ । ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ ।
5
ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁନାହଁ?
6
ତହିଁରେ ସେ ତାହାକୁ କହିଲେ, ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା-ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ମାତ୍ର ସେ ଉତ୍ତର କଲା, ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ ।
7
ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍ ତାଙ୍କୁ କହିଲା, ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ଵ କରୁନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି ।
8
ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା ।
9
ପୁଣି ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚ ସ୍ଥାନରେ ବସାଅ;
10
ଆଉ ତାହା ସମ୍ମୁଖରେ ପାପାଧମ-ସନ୍ତାନ ଦୁଇ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ଵରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ । ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରିବଧ କର ।
11
ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର-ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ ।
12
ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ବସାଇଲେ ।
13
ଆଉ ପାପାଧମ-ସନ୍ତାନ ଦୁଇ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, ନାବୋତ ପରମେଶ୍ଵରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି । ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ ।
14
ତହିଁ ଉତ୍ତାରେ ସେମାନେ ଈଷେବଲ୍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି ।
15
ଏଥିରେ ଈଷେବଲ୍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍ ଆହାବଙ୍କୁ କହିଲା, ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ନାସ୍ତି କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି ।
16
ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ ।
17
ଅନନ୍ତର ତିଶ୍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
18
ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି ।
19
ଏହେତୁ ତୁମ୍ଭେ ତାହାକୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍ କରିଅଛ? ଆହୁରି ତୁମ୍ଭେ ତାହାକୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ ।
20
ତହିଁରେ ଆହାବ ଏଲୀୟଙ୍କୁ କହିଲେ, ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ? ତହୁଁ ସେ ଉତ୍ତର କଲେ, ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକିଅଛ ।
21
ଦେଖ, ମୁଁ ତୁମ୍ଭ ପ୍ରତି ଅମଙ୍ଗଳ ଘଟାଇବି ଓ ତୁମ୍ଭକୁ ନିଃଶେଷ ରୂପେ ଝାଟୋଇଦେବି, ପୁଣି ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଆହାବଠାରୁ ଉଚ୍ଛିନ୍ନ କରିବି ।
22
ପୁଣି ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ଵାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି ।
23
ଆଉ ଈଷେବଲ୍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍କୁ ଖାଇବେ ।
24
ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ ।
25
ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ଵାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
26
ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ ।
27
ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି ଧୀରେ ଧୀରେ ଚାଲିଲେ ।
28
ତହୁଁ ତିଶ୍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
29
ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁରୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା ।
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 22 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22