bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Kings 4
1 Kings 4
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 5 →
1
ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ ।
2
ଏମାନେ ତାଙ୍କର ଅଧିପତି ଥଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ।
3
ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ଲେଖକ; ଅହୀଲୂଦର ପୁତ୍ର ଯିହୋଶଫଟ ଇତିହାସକର୍ତ୍ତା
4
ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;
5
ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍ ଯାଜକ ଓ ରାଜାଙ୍କ ମିତ୍ର ଥିଲା ।
6
ପୁଣି ଅହୀଶାର୍ ଗୃହାଧ୍ୟକ୍ଷ ଥିଲା ଓ ଅବ୍ଦର ପୁତ୍ର ଅଦୋନୀରାମ୍ ବେଠିକର୍ମର ଅଧ୍ୟକ୍ଷ ଥିଲା ।
7
ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ ।
8
ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍-ହୂର ।
9
ମାକସ୍ ଓ ଶାଲବୀମ୍ ଓ ବୈଥ୍-ଶେମଶ୍ ଓ ଏଲୋନ-ବୈଥାନନରେ ବିନ୍-ଦେକର;
10
ଅରୁବୋତରେ ବିନ୍-ହେଷଦ୍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
11
ସମୁଦାୟ ଦୋର ଉପପର୍ବତରେ ବିନ୍-ଅବୀନାଦବ୍; ଶଲୋମନଙ୍କର କନ୍ୟା ଟାଫତ୍ ତାହାର ଭାର୍ଯ୍ୟା ଥିଲା ।
12
ତାନକ୍ ଓ ମଗିଦ୍ଦୋ ଓ ବୈଥ୍-ଶାନ୍ ଠାରୁ ଆବେଲ୍ମ-ହୋଲା ଓ ଯଗୂମିୟାମ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବୈଥ୍-ଶାନ୍ରେ ଅହୀଲୂଦର ପୁତ୍ର ବାନା ।
13
ରାମୋତ୍-ଗିଲୀୟଦରେ ବିନ୍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
14
ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍ ।
15
ନପ୍ତାଲିରେ ଅହୀମାସ୍; ସେ ଶଲୋମନଙ୍କର କନ୍ୟା ବାସମତ୍କୁ ବିବାହ କରିଥିଲା ।
16
ଆଶେର୍ ଓ ବାଲୋରେ ହୂଶୟର ପୁତ୍ର ବାନା ।
17
ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍;
18
ବିନ୍ୟାମୀନରେ ଏଲାର ପୁତ୍ର ଶିମୀୟି;
19
ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା ।
20
ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
21
ପୁଣି ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ଵ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ⇧ ।
22
ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜୀ,
23
ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା ।
24
କାରଣ ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; ପୁଣି ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା ।
25
ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ ।
26
ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ଵଶାଳା ଓ ବାର ସହସ୍ର ଅଶ୍ଵାରୋହୀ ଥିଲେ ।
27
ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ ।
28
ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ଵ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ ।
29
ଆହୁରି ପରମେଶ୍ଵର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ ।
30
ପୂର୍ବଦେଶୀୟ ଓ ମିସ୍ରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା ।
31
କାରଣ ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ୍ ଓ କଲ୍କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା ।
32
ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା ।
33
ପୁଣି ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ ।
34
ପୁଣି ପୃଥିବୀସ୍ଥ ଯେ ଯେ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22