bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Peter 5
1 Peter 5
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
1
ଅତଏବ, ଜଣେ ସହପ୍ରାଚୀନ ପୁଣି ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,
2
ତୁମ୍ଭମାନଙ୍କ ତତ୍ତ୍ଵାବଧାନରେ ଥିବା ଈଶ୍ଵରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ଵରଙ୍କ ଇଚ୍ଛାନୁଯାୟୀ ସ୍ଵଚ୍ଛନ୍ଦ ମନରେ, କୁତ୍ସିତ ଲାଭ ନିମନ୍ତେ ନୁହେଁ,, କିନ୍ତୁ ଆଗ୍ରହ ସହକାରେ ତାହା କର;
3
ପୁଣି ଯେଉଁମାନଙ୍କର ଦାୟିତ୍ଵଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ଵରୂପ ହୋଇ ତାହା କର ।
4
ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅମ୍ଳାନ ମୁକୁଟ ପାଇବ ।
5
ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନ-ମାନଙ୍କର ବଶୀଭୂତ ହୁଅ । ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ଵର ଅହଂକାରୀମାନଙ୍କ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି ।
6
ଅତଏବ, ଈଶ୍ଵରଙ୍କ ବଳବ; ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା-ସମୟରେ ଉନ୍ନତ କରିବେ;
7
ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି ।
8
ସଚେତନ ହୋଇ ଜାଗ୍ରତ ରୁହ । ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
9
ବିଶ୍ଵାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହିପ୍ରକାର ଦୁଃଖଭୋଗ ଘଟୁଅଛି ।
10
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ଵର ଆପଣା ଅନ; ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ ।
11
ପରାକ୍ରମ ଯୁଗେ ଯୁଗେ ତାହାଙ୍କର । ଆମେନ୍ ।
12
ଈଶ୍ଵରଙ୍କ ସତ୍ୟ ଅନୁଗ୍ରହ ଯେ ଏହିପ୍ରକାର, ଏ ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ଵାନଙ୍କ ଦ୍ଵାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ଵସ୍ତ ଭ୍ରାତା । ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ ।
13
ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲୋନସ୍ଥ ମଣ୍ତଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି ।
14
ପ୍ରେମ ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର । ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
All chapters:
1
2
3
4
5