bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Samuel 1
1 Samuel 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 2 →
1
ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍-ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହର ପୌତ୍ର, ଯିରୋହମର ପୁତ୍ର;
2
ପୁଣି ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ ।
3
ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ⇧ ଯାଉଥାଏ । ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସଦାପ୍ରଭୁଙ୍କ ଯାଜକ ଥିଲେ ।
4
ପୁଣି ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା;
5
ମାତ୍ର ସେ ହାନ୍ନାକୁ ଦ୍ଵିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କଲା, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ ।
6
ପୁଣି ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପନିୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ ।
7
ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ଵାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପନିୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ ।
8
ଏଥିରେ ତାହାର ସ୍ଵାମୀ ଇଲ୍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?
9
ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା । ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ଵାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ ।
10
ପୁଣି ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା ।
11
ପୁଣି ସେ ଏକ ମାନତ ମନାସି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତା; ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକି ପାସୋରିବ ନାହିଁ, ମାତ୍ର ଆପଣା ଦାସୀକି ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ ।
12
ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ ।
13
ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ ।
14
ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର ।
15
ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି ।
16
ଆପଣା ଦାସୀକି ପାପାଧମର କନ୍ୟା ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ହେତୁରୁ ଏପର୍ଯ୍ୟନ୍ତ କଥା କହୁଥିଲି ।
17
ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ଵର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ ।
18
ତହୁଁ ସେ କହିଲା, ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ । ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି ତାହାର ମୁଖ ଆଉ ବିଷର୍ଣ୍ଣ ନୋହିଲା ।
19
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ ।
20
ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ଵର ଦତ୍ତ) ରଖିଲା ।
21
ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ ।
22
ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ଵାମୀକି କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ⇧ ।
23
ତହୁଁ ତାହାର ସ୍ଵାମୀ ଇଲ୍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ । ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା ।
24
ଅନନ୍ତର ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପବୟସ୍କ ଥିଲା ।
25
ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ ।
26
ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି ।
27
ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି ।
28
ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦିତ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31