bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Samuel 14
1 Samuel 14
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 15 →
1
ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ- ଦଳ ନିକଟକୁ ଯାଉ । ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ ।
2
ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ଵ ବୃକ୍ଷ ମୂଳରେ ଥିଲେ; ପୁଣି ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେନ୍ତ
3
ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା । ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ ।
4
ପୁଣି ଯୋନାଥନ ଯେଉଁ ଘାଟୀ ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍ସେସ ଓ ଅନ୍ୟର ନାମ ସେନି ।
5
ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦ; ଉତ୍ତରଆଡ଼ ମିକ୍ମସ୍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା ।
6
ପୁଣି ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ଵାରା ହେଉ କି ଅଳ୍ପ ଦ୍ଵାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ ।
7
ତହିଁରେ ତାହାର ଅସ୍ତ୍ରବାହକ କହିଲା, ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ ।
8
ତେବେ ଯୋନାଥନ କହିଲା, ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା ।
9
ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା; ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ ।
10
ମାତ୍ର ଆମ୍ଭମାନଙ୍କ ନିକଟକୁ ଉଠି ଆସ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ ।
11
ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି ।
12
ପୁଣି ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା । ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି ।
13
ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠି ଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା ।
14
ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧମାଣ ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ ।
15
ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ⇧ ହେଲା ।
16
ସେତେବେଳେ ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି ।
17
ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଛି? ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି ।
18
ତହୁଁ ଶାଉଲ ଅହୀୟକୁ କହିଲେ, ପରମେଶ୍ଵରଙ୍କ ସିନ୍ଦୁକ ଏଠାକୁ ଆଣ, କାରଣ ସେସମୟରେ ପରମେଶ୍ଵରଙ୍କ ସିନ୍ଦୁକ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା ।
19
ପୁଣି ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, କର୍ମ ବନ୍ଦ କର ।
20
ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକି ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ଼୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଛି ଓ ମହାକୋଳାହଳ ହେଉଅଛି ।
21
ଆହୁରି, ଯେଉଁ ଏବ୍ରୀୟମାନେ ଚାରିଆଡ଼ସ୍ଥ ଦେଶରୁ ପଲେଷ୍ଟୀୟମାନଙ୍କ ଛାଉଣିକି ଯାଇ ପୂର୍ବ ପରି ସେମାନଙ୍କ ସହିତ ଥିଲେ, ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକମାନଙ୍କ ସଙ୍ଗୀ ହେବା ପାଇଁ ଫେରି ଆସିଲେ ।
22
ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ଵାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ ।
23
ଏହିରୂପେ ସଦାପ୍ରଭୁ ସେହିଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବୈଥାବନ୍ର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା ।
24
ପୁଣି ସେହିଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ । ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ଵାଦନ କଲା ନାହିଁ ।
25
ପୁଣି ଦେଶଯାକ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା ।
26
ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ ।
27
ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା ।
28
ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ । ମାତ୍ର ଲୋକମାନେ କ୍ଳା; ହୋଇଅଛନ୍ତି ।
29
ତହିଁରେ ଯୋନାଥନ କହିଲା, ମୋʼ ପିତା ଦେଶକୁ ଦୁଃଖ ଦେଇଅଛନ୍ତି; ଦେଖିଲ, ଏହି ମହୁରୁ ଟିକିଏ ଆସ୍ଵାଦ କରିବାରୁ ମୋର ଚକ୍ଷୁ କିପରି ସତେଜ ହୋଇଅଛିଣ!
30
ଯେବେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପ୍ରାପ୍ତ ଲୁଟଦ୍ରବ୍ୟରୁ ଆଜି ସ୍ଵଚ୍ଛନ୍ଦରେ ଭୋଜନ କରିବାକୁ ପାଇଥାʼନ୍ତେ, ତେବେ କେତେ ଅଧିକ ଭଲ ହୁଅନ୍ତା? କାରଣ ଏବେ ତ ପଲେଷ୍ଟୀୟମାନଙ୍କ ମଧ୍ୟରେ କୌଣସି ମହାହତ୍ୟା ହୋଇ ନାହିଁ ।
31
ପୁଣି ସେଦିନ ସେମାନେ ମିକ୍ମସ୍ଠାରୁ ଅୟାଲୋନ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ; ତହିଁରେ ଲୋକମାନେ ଅତିଶୟ କ୍ଳା; ହେଲେ ।
32
ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ ।
33
ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି । ତହିଁରେ ସେ କହିଲେ, ତୁମ୍ଭେମାନେ ବିଶ୍ଵାସଘାତକ କର୍ମ କରିଅଛ; ଏକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ ।
34
ଆହୁରି ଶାଉଲ କହିଲେ, ତୁମ୍ଭେମାନେ ଲୋକମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇ ଯାଇ ସେମାନଙ୍କୁ କୁହ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଗୋରୁ ଓ ଆପଣା ଆପଣା ମେଷ ଏଠାକୁ ମୋʼ କତିକି ଆଣି ବଧ କରି ଭୋଜନ କର; ମାତ୍ର ରକ୍ତ ସମେତ ମାଂସ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ ନ କର । ତହିଁରେ ସେହି ରାତ୍ରି ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୋରୁ ସଙ୍ଗରେ ଆଣି ସେଠାରେ ବଧ କଲେ ।
35
ପୁଣି ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି ।
36
ଏଉତ୍ତାରେ ଶାଉଲ କହିଲେ, ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକୀ ନ ରଖୁ । ତହିଁରେ ସେମାନେ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା ସବୁ କର । ତେବେ ଯାଜକ କହିଲା, ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ଵରଙ୍କ ନିକଟରେ ଉପସ୍ଥିତ ହେଉ ।
37
ତହୁଁ ଶାଉଲ ପରମେଶ୍ଵରଙ୍କ ନିକଟରେ ପଚାରିଲେ, ମୁଁ କʼଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କʼଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ? ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁଣ ।
38
ତହିଁରେ ଶାଉଲ କହିଲେ, ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ ।
39
କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତା; ମରିବ । ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ ।
40
ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା । ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର ।
41
ଏନିମନ୍ତେ ଶାଉଲ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ କହିଲେ, ଯଥାର୍ଥ (ନିଷ୍ପତ୍ତି) ଦିଅ । ତହିଁରେ ଯୋନାଥନ ଓ ଶାଉଲ ନିର୍ଣ୍ଣିତ ହେଲେ; ମାତ୍ର ଲୋକମାନେ ଛାଡ଼ ପାଇଲେ ।
42
ଏଉତ୍ତାରେ ଶାଉଲ କହିଲେ, ମୋହର ଓ ମୋର ପୁତ୍ର ଯୋନାଥନର ମଧ୍ୟରେ ଗୁଲିବାଣ୍ଟ କର, ତହିଁରେ ଯୋନାଥନ ନିର୍ଣ୍ଣୀତ ହେଲା ।
43
ସେତେବେଳେ ଶାଉଲ ଯୋନାଥନକୁ କହିଲେ, ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ । ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ଵାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି ।
44
ତେବେ ଶାଉଲ କହିଲେ, ପରମେଶ୍ଵର ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ; ଯୋନାଥନ, ତୁମ୍ଭେ ନିତା; ମରିବ ।
45
ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ କାରଣ ସେ ଆଜି ପରମେଶ୍ଵରଙ୍କ ସହିତ କର୍ମ କରିଅଛିନ୍ତଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁ ହେଲା ନାହିଁ ।
46
ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍-ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ ।
47
ଶାଉଲ ଇସ୍ରାଏଲର ରାଜତ୍ଵ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ତ ଦେଲେ ।
48
ପୁଣି ସେ ବୀରତ୍ଵ ପ୍ରକାଶ କଲେ ଓ ଅମାଲେକୀୟ-ମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ ।
49
ଯୋନାଥନ ଓ ଯିଶ୍ବି ଓ ମଲୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍ ଓ କନିଷ୍ଠାର ନାମ ମୀଖଲ୍,
50
ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା; ପୁଣି ତାଙ୍କର ସେନାପତିର ନାମ ଅବ୍ନର, ସେ ଶାଉଲଙ୍କର ପିତୃବ୍ୟ, ନରର ପୁତ୍ର ।
51
ଆଉ ଶାଉଲଙ୍କର ପିତା କୀଶ୍ ଓ ଅବ୍ନରର ପିତା ନର, ଏ ଦୁହେଁ ଅବୀୟେଲର ପୁତ୍ର ଥିଲେ ।
52
ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31