bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Samuel 16
1 Samuel 16
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 17 →
1
ଅନନ୍ତର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା; କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ ।
2
ତହିଁରେ ଶାମୁୟେଲ କହିଲେ, ମୁଁ କିରୂପେ ଯାଇ ପାରିବି? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ । ଆଉ ସଦାପ୍ରଭୁ କହିଲେ, ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ ।
3
ପୁଣି ଯିଶୀକି ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; ପୁଣି ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ ।
4
ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥ୍ଲିହିମ୍ରେ ଉପସ୍ଥିତ ହେଲେ । ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, ଆପଣଙ୍କ ଆଗମନ କୁଶଳ?
5
ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି ମୋʼ ସଙ୍ଗେ ବଳିଦାନ କରିବାକୁ ଆସ । ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ ।
6
ପୁଣି ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ ପ୍ରତି ଦୃଷ୍ଟି କରି କହିଲେ, ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ ।
7
ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି ।
8
ଏଉତ୍ତାରେ ଯିଶୀ ଅବିନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା । ତହିଁରେ ଶାମୁୟେଲ କହିଲେ, ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି ।
9
ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି ।
10
ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକି କହିଲେ, ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି ।
11
ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି? ସେ କହିଲା, କେବଳ କନିଷ୍ଠଟି ବାକୀ ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି । ତହିଁରେ ଶାମୁୟେଲ ଯିଶୀକି କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ ।
12
ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା । ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର । ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ ।
13
ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରା; କଲେ । ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ ।
14
ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ-ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା ।
15
ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ପରମେଶ୍ଵରଙ୍କଠାରୁ ଏକ ମନ୍ଦ-ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି ।
16
ଏଣୁ ଜଣେ ନିପୁଣ ବୀଣାବାଦକ ଅନ୍ଵେଷଣ କରିବା ପାଇଁ ଆମ୍ଭମାନଙ୍କ ପ୍ରଭୁ ଆପଣା ସମ୍ମୁଖସ୍ଥ ଦାସମାନଙ୍କୁ ଆଜ୍ଞା କରନ୍ତୁ; ତହିଁରେ ପରମେଶ୍ଵରଙ୍କଠାରୁ ସେହି ମନ୍ଦ-ଆତ୍ମା ଆପଣଙ୍କ ଉପରେ ଥିବା ବେଳେ, ସେ ଲୋକ ଆପଣା ହାତରେ ବଜାଇଲେ ଆପଣ ଭଲ ହୋଇଯିବେ ।
17
ତହୁଁ ଶାଉଲ ଆପଣା ଦାସମାନଙ୍କୁ କହିଲେ, ଆଚ୍ଛା, ଯେ ଭଲ ବଜାଇ ପାରେ, ଏପରି ଏକ ଜଣ ମୋʼ ପାଇଁ ଦେଖି ତାହାକୁ ମୋʼ ନିକଟକୁ ଆଣ ।
18
ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲାନ୍ତଣଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।
19
ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ ।
20
ତହିଁରେ ଯିଶୀ ରୋଟୀରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା ।
21
ତହୁଁ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ; ତହିଁରେ ସେ ତାଙ୍କର ଅସ୍ତ୍ରବାହକ ହେଲେ ।
22
ଏଉତ୍ତାରେ ଶାଉଲ ଯିଶୀକି କହି ପଠାଇଲେ, ବିନୟ କରୁଅଛି, ଦାଉଦକୁ ମୋʼ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛି ।
23
ଏଣୁ ପରମେଶ୍ଵରଙ୍କଠାରୁ ସେହି ମନ୍ଦ-ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ଵାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି ମନ୍ଦ-ଆତ୍ମା ତାଙ୍କୁ ଛାଡ଼ିଯାଏ ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31