bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Samuel 20
1 Samuel 20
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 21 →
1
ଅନନ୍ତର ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?
2
ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ ।
3
ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହା ହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପହଣ୍ତେ ମାତ୍ର ଅଛି ।
4
ତେବେ ଯୋନାଥନ ଦାଉଦଙ୍କୁ କହିଲା, ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି ।
5
ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି ।
6
ଯେବେ ତୁମ୍ଭ ପିତା ମୋʼ ବିଷୟ କିଛି ପଚାରିବେ, ତେବେ କହିବ, ଦାଉଦ ଆପଣା ନଗର ବେଥ୍ଲିହିମ୍କୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ ।
7
ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ଵାରା ଅମଙ୍ଗଳ ସ୍ଥିର ହୋଇଅଛି ।
8
ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇ ଯିବ?
9
ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ଵାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?
10
ତହୁଁ ଦାଉଦ ଯୋନାଥନକୁ କହିଲେ, ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ?
11
ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ । ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ ।
12
ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି?
13
ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ । ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ, ।
14
ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋʼ ପ୍ରତି ପ୍ରକାଶ କରିବ;
15
କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ ।
16
ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ ।
17
ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା; କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା ।
18
ପୁଣି ଯୋନାଥନ ତାଙ୍କୁ କହିଲା, କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ ।
19
ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟ-ଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ ।
20
ପୁଣି ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ଵକୁ ତିନି ତୀର ମାରିବି ।
21
ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ । ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ ।
22
ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅନ୍ତକାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ ।
23
ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋʼ ମଧ୍ୟରେ ସାକ୍ଷୀ ରହିଲେ ।
24
ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ ।
25
ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା ।
26
ତଥାପି ସେହିଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ ।
27
ମାତ୍ର ଅମାବାସ୍ୟାର ପର ଦିବସ ଦ୍ଵିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, ଯିଶୀର ପୁତ୍ର କିହେତୁ ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ?
28
ତହୁଁ ଯୋନାଥନ ଶାଉଲଙ୍କୁ ଉତ୍ତର କଲା, ଦାଉଦ ବେଥ୍ଲିହିମ୍କୁ ଯିବା ପାଇଁ ମୋତେ ବହୁତ କହିଲା,
29
ଆଉ ସେ କହିଲା, ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି । ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ମୋର ଭାଇମାନଙ୍କୁ ଦେଖାଇବା ପାଇଁ ମୋତେ ଛାଡ଼ିଦିଅ । ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ ।
30
ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ?
31
କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ । ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଅଣା, କାରଣ ସେ ନିଶ୍ଚୟ ମରିବ ।
32
ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, ସେ କାହିଁକି ହତ ହେବ? ସେ କଅଣ କରିଅଛି?
33
ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ଵାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ଵାରା ସ୍ଥିରୀକୃତ ହୋଇଅଛି ।
34
ଏହେତୁ ଯୋନାଥନ ପ୍ରଚଣ୍ତ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ଵିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା ।
35
ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରି ଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା ।
36
ପୁଣି ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍ । ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା ।
37
ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, ତୀର ତୋʼ ସେପାଖରେ ଅଛି ପରା?
38
ଆହୁରି ଯୋନାଥନ ବାଳକକୁ ଡାକି କହିଲା, ଚଞ୍ଚଳ ଦୌଡ଼୍, ରହ ନା । ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା ।
39
ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ ।
40
ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, ଯା, ଏସବୁ ନଗରକୁ ନେ ।
41
ପୁଣି ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନିଥର ପ୍ରଣାମ କଲେ; ପୁଣି ସେମାନେ ପରସ୍ପରକୁ ଚୁମ୍ଵନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ ।
42
ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ । ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି ଯୋନାଥନ ନଗରକୁ ଗଲା ।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31