bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Samuel 24
1 Samuel 24
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 25 →
1
ଅନନ୍ତର ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍-ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି ।
2
ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନଛାଗର ଶୈଳ ସବୁରେ ଖୋଜିବାକୁ ଗଲେ ।
3
ପୁଣି ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ପା ଥିଲା; ପୁଣି ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ । ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ପାର ଅନ୍ତର୍ଭାଗରେ ଥିଲେ ।
4
ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ । ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ ।
5
ମାତ୍ର ଶାଉଲଙ୍କର ବସ୍ତ୍ରଧଡ଼ି କାଟିବାରୁ ପଛେ ଦାଉଦଙ୍କର ଅନ୍ତଃକରଣ ତାଙ୍କୁ ଆଘାତ କଲା ।
6
ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ ।
7
ଏସବୁ କଥା ଦ୍ଵାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ । ଏଉତ୍ତାରେ ଶାଉଲ ଗୁମ୍ପାରୁ ବାହାରି ଆପଣା ପଥରେ ଗଲେ ।
8
ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ପାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, ହେ ମୋହର ପ୍ରଭୋ, ମହାରାଜ । ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ ।
9
ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?
10
ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ପା ମଧ୍ୟରେ କିରୂପେ ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ ।
11
ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ଵେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ ।
12
ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ ।
13
ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ ।
14
ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି? ଆପଣ କାହା ପଛରେ ଗୋଡ଼ାଇ ଅଛନ୍ତି? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ପଶୁ ପଛରେ ।
15
ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ ।
16
ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, ଆମ୍ଭର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ? ତହୁଁ ଶାଉଲ ରବ ଉଠାଇ ରୋଦନ କଲେ ।
17
ପୁଣି ସେ ଦାଉଦଙ୍କୁ କହିଲେ, ତୁମ୍ଭେ ମୋʼଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ ।
18
ତୁମ୍ଭେ ମୋʼ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ ।
19
ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ ।
20
ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ ।
21
ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋʼ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋʼ ନାମ ଲୋପ କରିବ ନାହିଁ ।
22
ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ । ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ ।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 25 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31