bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Samuel 25
1 Samuel 25
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 26 →
1
ଅନନ୍ତର ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ । ପୁଣି ଦାଉଦ ଉଠି ପାରଣ୍ ପ୍ରାନ୍ତରକୁ⇧ ଗଲେ ।
2
ସେହି ସମୟରେ ମାୟୋନସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା ।
3
ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ୍ ବଂଶଜ ଥିଲା ।
4
ଆଉ ନାବଲ ଆପଣା ମେଷର ଲୋମଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ ।
5
ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ ।
6
ପୁଣି ତାହାକୁ ଏପରି କୁହ, ତୁମ୍ଭେ ଚିରଜୀବୀ ହୁଅ, ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ ଓ ତୁମ୍ଭ ସର୍ବସ୍ଵର ମଙ୍ଗଳ ହେଉ ।
7
ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ ।
8
ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ । ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ ।
9
ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷା; ହେଲେ ।
10
ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି ।
11
ତେବେ ମୁଁ କʼଣ ଆପଣା ରୋଟୀ ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?
12
ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରି ଗଲେ ଓ ତାଙ୍କ ନିକଟକୁ ଆସି ସେହିସବୁ କଥା ତାଙ୍କୁ ଜଣାଇଲେ ।
13
ଏଥିରେ ଦାଉଦ ଆପଣା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ଼୍ଗ ବାନ୍ଧ । ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଖଡ଼୍ଗ ବାନ୍ଧିଲେ ଓ ଦାଉଦ ହିଁ ଆପଣା ଖଡ଼୍ଗ ବାନ୍ଧିଲେ; ତହୁଁ ଦାଉଦଙ୍କର ପଛରେ ଊଣାଧିକ ଚାରି ଶହ ଲୋକ ଗମନ କଲେ; ପୁଣି ଦୁଇ ଶହ ଲୋକ ସାମଗ୍ରୀ ପାଖରେ ରହିଲେ ।
14
ଏଥି ମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ ।
15
ମାତ୍ର ସେହି ଲୋକମାନେ ଆମ୍ଭମାନଙ୍କର ବଡ଼ ଉପକାରୀ, ପୁଣି ଆମ୍ଭେମାନେ କ୍ଷେତ୍ରରେ ସେମାନଙ୍କ ସଙ୍ଗେ ଥିବାଯାଏ ଆମ୍ଭମାନଙ୍କର କୌଣସି ଅପକାର ହୋଇ ନାହିଁ, କି ଆମ୍ଭେମାନେ କିଛି ହରାଇ ନାହୁଁ।
16
ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ଵରୂପ ଥିଲେ ।
17
ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ପାପାଧନ ସନ୍ତାନ ଯେ, ତାଙ୍କୁ କେହି କିଛି କହି ନ ପାରେ ।
18
ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୋଟୀ ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ତା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମିରିଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା ।
19
ପୁଣି ସେ ଆପଣା ଯୁବାମାନଙ୍କୁ କହିଲା, ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି । ମାତ୍ର ସେ ଆପଣା ସ୍ଵାମୀ ନାବଲକୁ ଏହା ଜଣାଇଲା ନାହିଁ ।
20
ଏରୂପେ ସେ ଗର୍ଦ୍ଦଭ ଉପରେ ଚଢ଼ି ପର୍ବତ ଉହାଡ଼ ନିକଟକୁ ଆସନ୍ତେ, ଦେଖ, ଦାଉଦ ଓ ତାଙ୍କର ଲୋକମାନେ ଅବୀଗଲ ସମ୍ମୁଖରେ ଉପସ୍ଥିତ ହେଲେ ଓ ସେ ସେମାନଙ୍କୁ ଭେଟିଲା ।
21
ପୂର୍ବରେ ଦାଉଦ କହିଥିଲେ, ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି ।
22
ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ସଦାପ୍ରଭୁ ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ ।
23
ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା ।
24
ପୁଣି ତାଙ୍କ ଚରଣରେ ପଡ଼ି କହିଲା, ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକି ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ ।
25
ବିନୟ କରୁଅଛି, ମୋହର ପ୍ରଭୋ, ସେହି ପାପାଧମ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ (ମୂଢ଼) ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ ।
26
ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ଵେଷଣକାରୀମାନେ ନାବଲ ପରି ହେଉନ୍ତୁ ।
27
ଏଣୁ ଆପଣଙ୍କ ଦାସୀ ମୋର ପ୍ରଭୁଙ୍କ ନିକଟକୁ ଯେଉଁ ଭେଟୀ ଆଣିଅଛି, ତାହା ମୋର ପ୍ରଭୁଙ୍କ ଅନୁଗାମୀ ଯୁବାମାନଙ୍କୁ ଦିଆଯାଉ ।
28
ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ⇧ ।
29
ପୁଣି ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିରୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ ।
30
ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,
31
ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକି ସ୍ମରଣ କରିବେ ।
32
ଏଥିରେ ଦାଉଦ ଅବୀଗଲକୁ କହିଲେ, ଆଜି ଯେ ମୋʼ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ;
33
ପୁଣି ତୁମ୍ଭର ସୁବିଚାର ଧନ୍ୟ ହେଉ ଓ ଆଜି ମୋତେ ରକ୍ତପାତ ଦୋଷରୁ ଓ ମୋର ନିଜ ହସ୍ତରେ ଆତ୍ମ-ପ୍ରତିକାରରୁ ନିବୃତ୍ତ କଲ ଯେ ତୁମ୍ଭେ, ତୁମ୍ଭେ ଧନ୍ୟ ହୁଅ ।
34
କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାʼନ୍ତା ।
35
ତହୁଁ ସେ ତାଙ୍କ ପାଇଁ ଯାହା ଆଣିଥିଲା, ଦାଉଦ ତାହା ହସ୍ତରୁ ତାହା ଗ୍ରହଣ କଲେ ଓ ତାହାକୁ କହିଲେ, କୁଶଳରେ ଆପଣା ଗୃହକୁ ଯାଅ; ଦେଖ, ମୁଁ ତୁମ୍ଭ ରବ ଶୁଣିଲି ଓ ତୁମ୍ଭକୁ ଗ୍ରାହ୍ୟ କଲି ।
36
ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲାନ୍ତଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ ।
37
ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହିସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା ।
38
ଅନନ୍ତର ଊଣାଧିକ ଦଶ ଦିନ ଉତ୍ତାରେ ସଦାପ୍ରଭୁ ନାବଲକୁ ଆଘାତ କରନ୍ତେ, ସେ ମଲା ।
39
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି । ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ ।
40
ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି ।
41
ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ ।
42
ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଂଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍ଗମନ କରି ତାଙ୍କର ଭାର୍ଯ୍ୟା ହେଲା ।
43
ମଧ୍ୟ ଦାଉଦ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ; ତହିଁରେ ସେ ଦୁହେଁ ତାଙ୍କର ଭାର୍ଯ୍ୟା ହେଲେ ।
44
ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲିମ୍ ନିବାସୀ ଲୟିଶର ପୁତ୍ର ପଲ୍ଟିକି ଦେଇଥିଲେ ।
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 26 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31