bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Samuel 27
1 Samuel 27
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 28 →
1
ଅନନ୍ତର ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି ।
2
ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ ।
3
ପୁଣି ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ ।
4
ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାʼନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ଵେଷଣ କଲେ ନାହିଁ ।
5
ଅନନ୍ତର ଦାଉଦ ଆଖୀଶ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ?
6
ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଳଗ୍ ନଗର ଦେଲାନ୍ତଏହି ହେତୁ ଅଦ୍ୟାପି ସିକ୍ଳଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି ।
7
ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା ।
8
ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାʼନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ ।
9
ପୁଣି ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି ।
10
ଏଥିରେ ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ ବୋଲି ଆଖୀଶ୍ ପଚାରନ୍ତେ, ଦାଉଦ କହନ୍ତି, ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ ।
11
ପୁଣି ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ ।
12
ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ଵାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତା; ଦୁର୍ଗନ୍ଧ ସ୍ଵରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ ।
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 28 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31