bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Samuel 31
1 Samuel 31
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
1
ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ ।
2
ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ ।
3
ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ ।
4
ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ । ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ । ଏହେତୁ ଶାଉଲ ଖଡ଼୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ ।
5
ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା ।
6
ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକ ସଙ୍ଗରେ ମଲେ ।
7
ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟପାର୍ଶ୍ଵସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ ।
8
ଅନନ୍ତର ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲବୋୟ ପର୍ବତରେ ପଡ଼ିଥିବାର ଦେଖିଲେ ।
9
ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ ।
10
ପୁଣି ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବୈଥ୍ଶାନ ପ୍ରାଚୀରରେ ଟାଙ୍ଗି ଦେଲେ ।
11
ଏଉତ୍ତାରେ ଯାବେଶ୍-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ଵାଦ ପାଆନ୍ତେ,
12
ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିଯାକ ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବୈଥ୍ଶାନ ପ୍ରାଚୀରରୁ ଯାବେଶ୍କୁ ନେଇ ସେଠାରେ ସେସବୁ ଦଗ୍ଧ କଲେ ।
13
ପୁଣି ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ ।
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31