bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Samuel 9
1 Samuel 9
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 10 →
1
ସେହି ସମୟରେ ବିନ୍ୟାମୀନ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍ ନାମକ ଜଣେ ମହା-ବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା ।
2
ପୁଣି ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ଵକୁ ଉଚ୍ଚ ଥିଲେ ।
3
ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ । ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ ।
4
ତେଣୁ ସେ ଇଫ୍ରୟିମ ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ, ପୁଣି ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରୁ ସେ ବିନ୍ୟାମୀନ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ ।
5
ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, ଆସ ଆମ୍ଭେମାନେ ଫେରି ଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ ।
6
ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ଵରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟବାନ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ ।
7
ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?
8
ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ଵରଙ୍କ ଲୋକଙ୍କୁ ତାହା ଦେବା ।
9
(ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ଵରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ) ।
10
ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, ଭଲ କହିଲ; ଆସ, ଆମ୍ଭେମାନେ ଯାଉ । ତହିଁରେ ପରମେଶ୍ଵରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ ।
11
ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, ଏଠାରେ ଦର୍ଶକ ଅଛନ୍ତି କି?
12
ତହିଁରେ ସେମାନେ ଉତ୍ତର ଦେଇ କହିଲେ, ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ନିଜ ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;
13
ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକି ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି । ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ ।
14
ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ ।
15
ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,
16
କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ଅଗ୍ରଣୀ କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ ।
17
ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ ।
18
ସେତେବେଳେ ଶାଉଲ ନଗରଦ୍ଵାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ ।
19
ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକି ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହା ସବୁ ତୁମ୍ଭକୁ ଜଣାଇବି ।
20
ପୁଣି ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି । ପୁଣି ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?
21
ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ-ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କିହେତୁ କହୁଅଛ?
22
ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ ।
23
ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ ।
24
ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା । ତହୁଁ ଶାମୁୟେଲ କହିଲେ, ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି । ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ ।
25
ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ ।
26
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କୁ ଡାକି କହିଲେ, ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି । ତହିଁରେ ଶାଉଲ ଉଠିଲେ, ପୁଣି ସେ ଓ ଶାମୁୟେଲ ଦୁହେଁ ବାହାରେ ଗଲେ ।
27
ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ଵରଙ୍କ ବାକ୍ୟ ଶୁଣାଇବା ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31