bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Thessalonians 4
1 Thessalonians 4
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
1
ଅତଏବ, ହେ ଭାଇମାନେ, ଅବଶେଷରେ କିପ୍ରକାରେ ଆଚରଣ କରି ଈଶ୍ଵରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ଵନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପ୍ରକାର ଶିକ୍ଷା ପ୍ରାପ୍ତ ହେଲ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ ।
2
ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ ।
3
କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ଵରଙ୍କର ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,,
4
ଆଉ, ଯେପରି ଈଶ୍ଵରଙ୍କ ସମ୍ଵନ୍ଧରେ ଅଜ୍ଞ ବିଜାତିମାନଙ୍କ ପରି କାମାଭିଳାଷୀ ନ ହୋଇ
5
ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ନିମନ୍ତେ ଭାର୍ଯ୍ୟା ଗ୍ରହଣ କରିବାକୁ ଜାଣ,
6
ପୁଣି, ଯେପରି କେହି ଏ ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏ ସମସ୍ତ ବିଷୟରେ ଦଣ୍ତଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ ।
7
କାରଣ ଈଶ୍ଵର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ଵାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ଵାନ କରିଅଛନ୍ତି ।
8
ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ଵର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ ।
9
ଭ୍ରାତୃପ୍ରେମ ସମ୍ଵନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ଵରଙ୍କ ଦ୍ଵାରା ନିଜେ ଶିକ୍ଷିତ ହୋଇଅଛ,
10
ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ । ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କର,
11
ପୁଣି, ତୁମ୍ଭମାନଙ୍କୁ ଦତ୍ତ ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
12
ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ, ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ ।
13
ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ ।
14
କାରଣ ଯଦି ଆମ୍ଭେମାନେ ବିଶ୍ଵାସ କରୁ ଯେ, ଯୀଶୁ ମରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ଵର ଯେ ଯୀଶୁଙ୍କ ଦ୍ଵାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ଵାସ କରିବା ଉଚିତ ।
15
ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ଅଗ୍ରଗାମୀ ହେବୁ ନାହିଁ ।
16
କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ଵର ଓ ଈଶ୍ଵରଙ୍କ ତୂରୀବାଦ୍ୟ ସହିତ ସ୍ଵର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
17
ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ତଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ ।
18
ଅତଏବ, ଏହି ସମସ୍ତ ବାକ୍ୟ ଦ୍ଵାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ଵନା ଦିଅ ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
All chapters:
1
2
3
4
5