bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Timothy 1
1 Timothy 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 2 →
1
ପାଉଲ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵର ଓ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁସାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,
2
ଧର୍ମବିଶ୍ଵାସରେ ଆପଣା ଯଥାର୍ଥ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର ଲେଖୁଅଛି; ପିତା ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।
3
ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି
4
କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ଵାସ ସମ୍ଵନ୍ଧୀୟ ଈଶ୍ଵରଙ୍କ ବିଧାନର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ ।
5
କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,
6
ତାହା ଧର୍ମଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏ ସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;
7
ସେମାନେ ବ୍ୟବସ୍ଥାର ଅଧ୍ୟାପକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ ।
8
କିନ୍ତୁ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ସ୍ଥାପିତ ନ ହୋଇ ସ୍ଵେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ଵେଷୀ, ପିତୃହନ୍ତା ଓ ମାତୃହନ୍ତା,
9
ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ, ପୁଣି ହିତଜନକ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ସ୍ଥାପିତ ହୋଇଅଛି,
10
ଏହା ଜାଣି ଯଦି କେହି ବିହିତମତେ ବ୍ୟବସ୍ଥା ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଆମ୍ଭେମାନେ ଜାଣୁ;
11
ଏହା ତ ମୋʼ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ଵରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।
12
ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ସକ୍ଷମ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ଵସ୍ତ ଜ୍ଞାନ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
13
ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ଵାସ ହେତୁ ଅଜ୍ଞାନପଣରେ ତାହା କରିଥିଲି ବୋଲି ଦୟାପ୍ରାପ୍ତ ହେଲି;
14
ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ଵାସ ଓ ପ୍ରେମ ସହକାରେ ମୋʼ ପ୍ରତି ଅତି ପ୍ରଚୁର ହେଲା ।
15
ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତରେ ଅବତୀର୍ଣ୍ଣ ହେଲେ, ଏହି ବାକ୍ୟ ବିଶ୍ଵାସ ଓ ସର୍ବତୋଭାବେ ଗ୍ରହଣଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ ।
16
ତଥାପି ଯେଉଁମାନେ ଭବିଷ୍ୟତକାଳରେ ଅନ; ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବେ, ସେମାନଙ୍କ ନିକଟରେ ଦୃଷ୍ଟାନ୍ତ ସ୍ଵରୂପ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟାପ୍ରାପ୍ତ ହେଲି ।
17
ଅକ୍ଷୟ, ଅଦୃଶ୍ୟ, ଅଦ୍ଵିତୀୟ ଈଶ୍ଵର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ ।
18
ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଉକ୍ତ ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;
19
ବିଶ୍ଵାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ଵାସରୂପ ଜାହାଜ ଭଗ୍ନ ହୋଇଅଛି;
20
ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ତର ଅନ୍ୟତମ; ଏମାନେ ଯେପରି ଶାସନପ୍ରାପ୍ତ ହୋଇ ଈଶ୍ଵରନିନ୍ଦା ନ କରନ୍ତି, ଏଥିନିମନ୍ତେ ମୁଁ ଏମାନଙ୍କୁ ଶୟତାନ ହସ୍ତରେ ସମର୍ପଣ କଲି ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 2 →
All chapters:
1
2
3
4
5
6