bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Timothy 2
1 Timothy 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
1
ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ଵର-ପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ନିର୍ବିଘ୍ନତାରେ ଜୀବନ ଯାପନ କରି ପାରୁ,
2
ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବପ୍ରଥମେ ଅନୁରୋଧ କରୁଅଛି ।
3
ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ ।
4
ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ସମ୍ଵନ୍ଧରେ ଜ୍ଞାନ ପ୍ରାପ୍ତ ହୁଅନ୍ତି, ଏହା ସେ ଇଚ୍ଛା କରନ୍ତି ।
5
କାରଣ ଏକମାତ୍ର ଈଶ୍ଵର ଅଛନ୍ତି, ଆଉ ଈଶ୍ଵର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
6
ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣାକୁ ଦାନ କରି ଯଥା ସମୟରେସେଥିର ସାକ୍ଷ୍ୟ ଦେଇ ଅଛନ୍ତି ।
7
ସେଥିସକାଶେ ମୁଁ ଜଣେ ପ୍ରଚାରକ, ପ୍ରେରିତ, ପୁଣି ବିଶ୍ଵାସ ଓ ସତ୍ୟ ସମ୍ଵନ୍ଧରେ ବିଜାତିମାନଙ୍କର ଜଣେ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହେଲି, ମୁଁ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ ।
8
ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ ।
9
ସେହିପ୍ରକାରେ ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁବର୍ଣ୍ଣ କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ସୁବୁଦ୍ଧି ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ପ୍ର.ପିତ. ୩:୩
10
ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ସତ୍କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ ।
11
ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ଵୀକାର କରି ମୌନ ଭାବରେ ଶିକ୍ଷା ଗ୍ରହଣ କରୁ ।
12
ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ମୌନ ରହୁ ।
13
କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;
14
ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;
15
କିନ୍ତୁ ସେମାନେ ସୁବୁଦ୍ଧି ସହ ବିଶ୍ଵାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ, ସେ ସନ୍ତାନ ପ୍ରସବ କରିବା ଦ୍ଵାରା ପରିତ୍ରାଣ ପାଇବ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
All chapters:
1
2
3
4
5
6