bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Chronicles 30
2 Chronicles 30
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 31 →
1
ଅନନ୍ତର ଲୋକମାନେ ଯେପରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବା ପାଇଁ ଯିରୂଶାଲମକୁ ସଦାପ୍ରଭୁଙ୍କ ଗୃହକୁ ଆସିବେ, ଏଥିପାଇଁ ହିଜକୀୟ ସମଗ୍ର ଇସ୍ରାଏଲ ଓ ଯିହୁଦା ନିକଟକୁ ଲୋକ ପଠାଇଲେ, ପୁଣି ଇଫ୍ରୟିମ ଓ ମନଃଶି ନିକଟକୁ ହିଁ ପତ୍ର ଲେଖିଲେ ।
2
କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ଵିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ ।
3
କାରଣ ଯଥେଷ୍ଟସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରି ପାରି ନ ଥିଲେ ।
4
ଏ ବିଷୟ ରାଜାଙ୍କର ଓ ସମଗ୍ର ସମାଜର ଦୃଷ୍ଟିରେ ଯଥାର୍ଥ ବୋଧ ହେଲା ।
5
ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ । କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ ।
6
ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତି-ମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ରଣଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ ।
7
ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷ-ଗଣର ପରମେଶ୍ଵର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ ।
8
ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ତ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣା-ମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ସେବା କର ।
9
କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ଵାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ ।
10
ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୁନ୍ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ ।
11
ତଥାପି ଆଶେର୍ର ଓ ମନଃଶିର ଓ ସବୂଲୁନ୍ର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ ।
12
ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ଵରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା ।
13
ତହୁଁ ଦ୍ଵିତୀୟ ମାସରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କରିବା ପାଇଁ ଅନେକ ଲୋକର ଅତି ମହାସମାଜ ଯିରୂଶାଲମରେ ଏକତ୍ରିତ ହେଲେ ।
14
ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦି ସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ ।
15
ଏଉତ୍ତାରେ ସେମାନେ ଦ୍ଵିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ ।
16
ଆଉ, ସେମାନେ ପରମେଶ୍ଵରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ ।
17
କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା ।
18
ଅସଂଖ୍ୟ ଲୋକ, ଅର୍ଥାତ୍, ଇଫ୍ରୟିମ୍ ଓ ମନଃଶି, ଇଷାଖର ଓ ସବୂଲୁନ୍ ମଧ୍ୟରୁ ଅନେକେ ଆପଣାମାନଙ୍କୁ ଶୁଚି କରି ନ ଥିଲେ, ତଥାପି ସେମାନେ ଲେଖାର ବିପରୀତରେ ନିସ୍ତାରପର୍ବର ବଳି ଭୋଜନ କଲେ । କାରଣ ହିଜକୀୟ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରି ଏହା କହିଥିଲେ,
19
ଯେକେହି ପରମେଶ୍ଵରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ ।
20
ପୁଣି, ସଦାପ୍ରଭୁ ହିଜକୀୟଙ୍କର ବାକ୍ୟରେ କର୍ଣ୍ଣପାତ କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ ।
21
ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟଧ୍ଵନିରେ ଗାନ କରି ପ୍ରତି ଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ ।
22
ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକୀୟ ଚିତ୍ତ ପ୍ରବୋଧକ କଥା କହିଲେ । ତହୁଁ ସେମାନେ ପର୍ବର ସାତ ଦିନଯାକ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ଵରଙ୍କ ନିକଟରେ ସ୍ଵୀକାର କଲେ ।
23
ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ ।
24
ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ ।
25
ପୁଣି, ଯାଜକ ଓ ଲେବୀୟମାନଙ୍କ ସହିତ ଯିହୁଦାର ସମଗ୍ର ସମାଜ ଓ ଇସ୍ରାଏଲ ମଧ୍ୟରୁ ଆଗତ ସମଗ୍ର ସମାଜ, ପୁଣି ଇସ୍ରାଏଲ ଦେଶରୁ ଆଗତ ଓ ଯିହୁଦା ନିବାସୀ ବିଦେଶୀଗଣ ଆନନ୍ଦ କଲେ ।
26
ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା ।
27
ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ କଲ୍ୟାଣ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ଵର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା ।
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 31 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36