bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Chronicles 32
2 Chronicles 32
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 31
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 33 →
1
ଏହି ସକଳ ଘଟନା ଓ ଏହି ବିଶ୍ଵସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍ହେରୀବ୍ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା ।
2
ପୁଣି, ସନ୍ହେରୀବ୍ ଆସିଅଛି ଓ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ମନସ୍ଥ କରିଅଛି, ହିଜକୀୟ ଏହା ଦେଖନ୍ତେ,
3
ସେ ନଗରର ବହିଃସ୍ଥିତ ନିର୍ଝରସବୁ ବନ୍ଦ କରିବା ପାଇଁ ଆପଣାର ଅଧିପତି ଓ ବଳବାନ ଲୋକଙ୍କ ସହିତ ମନ୍ତ୍ରଣା କଲେ; ଆଉ, ସେମାନେ ତାଙ୍କର ସାହାଯ୍ୟ କଲେ ।
4
ଏଣୁ ଅଶୂର-ରାଜଗଣ ଆସି କାହିଁକି ଅନେକ ଜଳ ପାଇବେ? ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ ।
5
ପୁଣି, ସେ ସାହସ ବାନ୍ଧି ସମସ୍ତ ଭଗ୍ନ ପ୍ରାଚୀର ନିର୍ମାଣ କରି ଦୁର୍ଗ ସମାନ ଓ ବହିଃସ୍ଥିତ ଅନ୍ୟ ପ୍ରାଚୀର ସମାନ ଉଚ୍ଚ କଲେ ଓ ଦାଉଦ-ନଗରସ୍ଥ ମିଲ୍ଲୋ ଦୃଢ଼ କଲେ, ଆଉ ବିସ୍ତର ଅସ୍ତ୍ର ଓ ଢ଼ାଲ ପ୍ରସ୍ତୁତ କଲେ ।
6
ଆଉ, ସେ ଲୋକମାନଙ୍କ ଉପରେ ସେନାପତି ନିଯୁକ୍ତ କଲେ ଓ ନଗର-ଦ୍ଵାର ଛକରେ ଆପଣା ନିକଟରେ ସେମାନଙ୍କୁ ଏକତ୍ର କରି ସେମାନଙ୍କୁ ଚିତ୍ତପ୍ରବୋଧକ ବାକ୍ୟ କହିଲେ,
7
ବଳବାନ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ନ ହୁଅ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ⇧;
8
ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ସହାୟ ଅଛନ୍ତି । ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ ।
9
ଏଥି ଉତ୍ତାରେ ଅଶୂରର ରାଜା ସନ୍ହେରୀବ୍ ଓ ତାହା ସଙ୍ଗେ ତାହାର ସୈନ୍ୟସାମ; ଲାଖୀଶ୍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,
10
ଅଶୂରର ରାଜା ସନ୍ହେରୀବ୍ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ?
11
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଅଶୂର-ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହିଁ?
12
ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହିଁ, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ଵଳାଇବ?
13
ମୁଁ ଓ ମୋʼ ପିତୃଲୋକମାନେ ଏହିସବୁ ଦେଶର ଲୋକମାନଙ୍କ ପ୍ରତି ଯାହା କରିଅଛୁ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେହିସବୁ ଦେଶସ୍ଥ ଗୋଷ୍ଠୀମାନଙ୍କ ଦେବଗଣ କି କୌଣସି ରୂପେ ଆମ୍ଭ ହସ୍ତରୁ ଆପଣା ଆପଣା ଦେଶ ଉଦ୍ଧାର କରି ପାରିଲେ?
14
ମୋʼ ପିତୃଲୋକମାନେ ଯେଉଁ ଗୋଷ୍ଠୀମାନଙ୍କୁ ନିଃଶେଷରେ ବିନାଶ କଲେ, ସେମାନଙ୍କ ଦେବଗଣ ମଧ୍ୟରୁ କିଏ ଆପଣା ଲୋକଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିଅଛି ଯେ, ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?
15
ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ଵାସ ନ କର; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଓ ମୋʼ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରି ପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ଵର କି ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?
16
ପୁଣି, ତାହାର ଦାସମାନେ ସଦାପ୍ରଭୁ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ତାହାଙ୍କ ଦାସ ହିଜକୀୟଙ୍କ ବିରୁଦ୍ଧରେ ଆହୁରି ଅନେକ କଥା କହିଲେ ।
17
ମଧ୍ୟ ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କର ନିନ୍ଦା କରିବାକୁ ଓ ତାହାଙ୍କ ବିରୁଦ୍ଧରେ କଥା କହିବାକୁ ଏହିପରି ପତ୍ରମାନ ଲେଖିଲା, ଯଥା, ନାନା ଦେଶୀୟ ଲୋକମାନଙ୍କ ଦେବଗଣ ଯେପରି ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ନାହାନ୍ତି, ସେପରି ହିଜକୀୟର ପରମେଶ୍ଵର ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବେ ନାହିଁ ।
18
ଆଉ, ଯିରୂଶାଲମର ଯେଉଁ ଲୋକମାନେ ପ୍ରାଚୀର ଉପରେ ଥିଲେ, ସେମାନଙ୍କୁ ଭୟାର୍ତ୍ତ ଓ ବ୍ୟାକୁଳ କରି ନଗର ହସ୍ତଗତ କରିବା ପାଇଁ ସେମାନେ ଯିହୁଦୀ ଭାଷାରେ ଉଚ୍ଚୈଃସ୍ଵରରେ ଡାକି କହିଲେ ।
19
ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ-ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ଵରଙ୍କ ବିରୁଦ୍ଧରେ କଥା କହିଲେ ।
20
ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଏସକାଶୁ ପ୍ରାର୍ଥନା କରି ସ୍ଵର୍ଗ ଆଡ଼େ ଡାକ ପକାଇଲେ ।
21
ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର-ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ । ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା । ତହିଁ ଉତ୍ତାରେ ସେ ଆପଣା ଦେବ-ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ଼୍ଗରେ ବଧ କଲେ ।
22
ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍ହେରୀବ୍ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ ।
23
ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ ।
24
ସେହି ସମୟରେ ହିଜକୀୟଙ୍କୁ ସାଂଘାତିକ ପୀଡ଼ା ହୋଇଥିଲା; ପୁଣି ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କୁ ଉତ୍ତର ଓ ଏକ ଚିହ୍ନ ଦେଲେ ।
25
ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା ।
26
ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ ।
27
ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା; ପୁଣି, ସେ ରୂପା ଓ ସୁନା ଓ ବହୁମୂଲ୍ୟ ପ୍ରସ୍ତର ଓ ସୁଗନ୍ଧି ଦ୍ରବ୍ୟ ଓ ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ତାର ପ୍ରସ୍ତୁତ କଲେ;
28
ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ତାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ ।
29
ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ବିସ୍ତର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ଵର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ ।
30
ଏହି ହିଜକୀୟ ମଧ୍ୟ ଗୀହୋନସ୍ଥିତ ଉଚ୍ଚତର ଜଳଝର ବନ୍ଦ କରି ତାହା ସଳଖ ପଥରେ ଦାଉଦ-ନଗରର ପଶ୍ଚିମ ପାର୍ଶ୍ଵକୁ ଆଣିଲେ । ପୁଣି, ହିଜକୀୟ ଆପଣାର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେଲେ ।
31
ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ଵନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ଵର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ି ଦେଲେ ।
32
ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସୁକ୍ରିୟା, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକ ଅନ୍ତର୍ଗତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍-ବକ୍ତାର ଦର୍ଶନ ପୁସ୍ତକରେ ଲେଖାଅଛି ।
33
ଅନନ୍ତର ହିଜକୀୟ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ଵଗାମୀ ପଥପାର୍ଶ୍ଵରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ । ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ ।
← Chapter 31
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 33 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36