bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Chronicles 34
2 Chronicles 34
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 33
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 35 →
1
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ ।
2
ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ ।
3
ତାଙ୍କର ଅଧିକାରର ଅଷ୍ଟମ ବର୍ଷରେ ସେ ଅଳ୍ପବୟସ୍କ ଥାଉ ଥାଉ ଆପଣା ପୂର୍ବପୁରୁଷ ଦାଉଦଙ୍କର ପରମେଶ୍ଵରଙ୍କୁ ଅନ୍ଵେଷଣ କରିବାକୁ ଆରମ୍ଭ କଲେ ଓ ସେ ଦ୍ଵାଦଶ ବର୍ଷରେ ଉଚ୍ଚସ୍ଥଳୀ ଓ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାରୁ ଯିହୁଦା ଓ ଯିରୂଶାଲମକୁ ଶୁଚି କରିବାକୁ ଲାଗିଲେ ।
4
ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍ଦେବ-ଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରାମୂର୍ତ୍ତି, ଖୋଦିତ-ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା-ସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ ।
5
ଆଉ, ସେମାନଙ୍କ ଯଜ୍ଞବେଦି ଉପରେ ଯାଜକମାନଙ୍କ ଅସ୍ଥି ଦଗ୍ଧ କରି ଯିହୁଦା ଓ ଯିରୂଶାଲମକୁ ଶୁଚି କଲେ ।
6
ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗରସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ ।
7
ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ ।
8
ଅନନ୍ତର ସେ ଆପଣା ଅଧିକାରର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଗୃହର ଜୀର୍ଣ୍ଣସଂସ୍କାର ନିମନ୍ତେ ଅତ୍ସଲୀୟର ପୁତ୍ର ଶାଫନ୍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ-ଲେଖକକୁ ପଠାଇଲେ ।
9
ତହୁଁ ସେମାନେ ହିଲ୍କୀୟ ମହାଯାଜକ ନିକଟକୁ ଆସି ଲେବୀୟ ଦ୍ଵାରପାଳମାନଙ୍କ ଦ୍ଵାରା ମନଃଶି ଓ ଇଫ୍ରୟିମ ଓ ସମଗ୍ର ଇସ୍ରାଏଲର ଅବଶିଷ୍ଟାଂଶ, ପୁଣି ସମଗ୍ର ଯିହୁଦା ଓ ବିନ୍ୟାମୀନ ଓ ଯିରୂଶାଲମ ନିବାସୀମାନଙ୍କ ହସ୍ତରୁ ସଂଗୃହୀତ ପରମେଶ୍ଵରଙ୍କ ଗୃହକୁ ଆନୀତ ସକଳ ମୁଦ୍ରା ତାହା ନିକଟରେ ସମର୍ପଣ କଲେ ।
10
ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ଵାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନର୍ନିର୍ମାଣ ନିମନ୍ତେ ତାହା ଦେଲେ;
11
ଅର୍ଥାତ୍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ-ପ୍ରସ୍ତର ଓ ବରଗା ଓ କଡ଼ିକାଷ୍ଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ ।
12
ଆଉ, ଲୋକମାନେ ବିଶ୍ଵସ୍ତ ରୂପେ କାର୍ଯ୍ୟ କଲେ; ମରାରି-ସନ୍ତାନଗଣ ମଧ୍ୟରୁ ଯହତ୍ ଓ ଓବଦୀୟ, ଏହି ଲେବୀୟମାନେ ସେମାନଙ୍କର ତତ୍ତ୍ଵାବଧାରକ ଥିଲେ; ପୁଣି, କହାତ-ସନ୍ତାନଗଣର ମଧ୍ୟରୁ ଜିଖରୀୟ ଓ ମଶୁଲ୍ଲମ୍ ଓ ଅନ୍ୟ ଲେବୀୟମାନେ, ଅର୍ଥାତ୍, ବାଦ୍ୟ ବଜାଇବାକୁ ନିପୁଣ ସମସ୍ତ ଲୋକ କର୍ମ ଚଳାଇବାକୁ ନିଯୁକ୍ତ ଥିଲେ ।
13
ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ଵାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ଵାରପାଳ ଥିଲେ ।
14
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍କୀୟ ଯାଜକ ମୋଶାଙ୍କ ଦ୍ଵାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା ।
15
ତହିଁରେ ହିଲ୍କୀୟ ଶାଫନ୍ ଲେଖକକୁ ଉତ୍ତର କରି କହିଲା, ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି । ପୁଣି ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦେଲା ।
16
ଆଉ, ଶାଫନ୍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ଵାଦ ନେଇ କହିଲା, ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି ।
17
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ମୁଦ୍ରା କାଢ଼ି ନେଇ ତତ୍ତ୍ଵାବଧାରକମାନଙ୍କ ହସ୍ତରେ ଓ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
18
ଆହୁରି, ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍କୀୟ ଯାଜକ ଆମ୍ଭକୁ ଖଣ୍ତେ ପୁସ୍ତକ ଦେଇଅଛନ୍ତି । ଆଉ, ଶାଫନ୍ ରାଜାଙ୍କ ସାକ୍ଷାତରେ ତହିଁରୁ ପାଠ କଲା ।
19
ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ ।
20
ପୁଣି, ରାଜା ହିଲ୍କୀୟକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅବ୍ଦୋନକୁ ଓ ଶାଫନ୍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,
21
ତୁମ୍ଭେମାନେ ଯାଇ ମୋʼ ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି ।
22
ତହିଁରେ ହିଲ୍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍ ନାମକ ବସ୍ତ୍ରାଗାର-ରକ୍ଷକର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ଵିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ ।
23
ତହିଁରେ ସେ ସେମାନଙ୍କୁ ଉତ୍ତର କଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ କତିକି ପଠାଇଲା, ତାହାକୁ କୁହ,
24
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା;
25
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ ।
26
ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲା ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ କହିବ, ତୁମ୍ଭର ଶୁଣିବା ବାକ୍ୟ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;
27
ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ଵରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ ।
28
ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେ ଯେ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ । ଏଥି ଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ ।
29
ଅନନ୍ତର ରାଜା ଲୋକ ପଠାଇ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ ।
30
ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ ।
31
ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ-କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ ।
32
ଆଉ, ଯିରୂଶାଲମର ଓ ବିନ୍ୟାମୀନର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ । ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ଵରଙ୍କର, ଆପଣାମାନଙ୍କ ପୂର୍ବ-ପୁରୁଷଗଣର ପରମେଶ୍ଵରଙ୍କ ନିୟମାନୁସାରେ କର୍ମ କଲେ ।
33
ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କର ସେବା କରାଇଲେ । ସେମାନେ ତାଙ୍କର ଜୀବନ ଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଅନୁଗମନରୁ କ୍ଷା; ନୋହିଲେ ।
← Chapter 33
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 35 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36