bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Corinthians 2
2 Corinthians 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 3 →
1
ମାତ୍ର ତୁମ୍ଭମାନଙ୍କ ନିକଟକୁ ମୋହର ଯିବା ଯେପରି ପୁନର୍ବାର ଦୁଃଖଜନକ ନ ହୁଏ, ଏହା ମୁଁ ମନରେଣସ୍ଥିର କଲି ।
2
ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେ ଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେ ଆନନ୍ଦ ଦେବ?
3
ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ଵାସ ।
4
କାରଣ ବହୁତ କ୍ଳେଶ ଓ ହୃଦୟର ବେଦନାରେ ବହୁ ଅଶ୍ରୁପାତ ସହିତ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି; ଯେପରି ତୁମ୍ଭେମାନେ ଦୁଃଖିତ ହୁଅ, ଏପରି ନୁହେଁ, ମାତ୍ର ତୁମ୍ଭମାନଙ୍କ ପ୍ରତି ମୋହର ଯେ ଅଧିକ ପ୍ରଚୁର ପ୍ରେମ ଅଛି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହୁଅ ।
5
କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି ।
6
ଅଧିକାଂଶଙ୍କ ଦ୍ଵାରା ଏପରି ଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;
7
ଏଣୁ କାଳେ ଏପରି ଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ଵନା ଦିଅ ।
8
ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନ କରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି ।
9
କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି ।
10
କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,
11
ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗ-ପ୍ରାପ୍ତ ନ ହୁଏ । କାରଣ ଆମ୍ଭେମାନେ ତାʼର ସମସ୍ତ କଳ୍ପନା ସମ୍ଵନ୍ଧରେ ଅଜ୍ଞ ନୋହୁ ।
12
ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ଵାର ମୁକ୍ତ ହେଲେ ହେଁ ପ୍ରେରିତ. ୧୬:୮ ପ୍ର.କରି.୧୬:୯
13
ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି ।
14
କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ଵାରା ପ୍ରକାଶ କରୁଅଛନ୍ତି,
15
କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ଵରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ଵରୂପ,
16
ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ଵରୂପ । ଆଉ ଏହିସମସ୍ତ ନିମନ୍ତେ କିଏ ସମର୍ଥ?
17
ସେହି ଅନେକ ଲୋକ ଯେପରି ଈଶ୍ଵରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ଵରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 3 →
All chapters:
1
2
3
4
5
6
7
8
9
10
11
12
13