bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Corinthians 3
2 Corinthians 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 4 →
1
ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁଣ? କିମ୍ଵା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ?
2
ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ରସ୍ଵରୂପ;
3
ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର ସ୍ଵରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ ।
4
ଆଉ, ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ଵାସ ଅଛି ।
5
ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ଵରଙ୍କଠାରୁ;
6
ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକା, ମାତ୍ର ଆତ୍ମା ଜୀବନଦାୟକ;
7
ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,
8
ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ?
9
କାରଣ ଯଦି ଦଣ୍ତାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ ।
10
ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି ।
11
କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ ।
12
ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,
13
ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିର ଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେ ପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁ ନାହୁଁ ।
14
କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ ।
15
ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କର ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,
16
କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ ।
17
ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ଵାଧୀନତା ।
18
କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହିସବୁ ହେଉଅଛି ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 4 →
All chapters:
1
2
3
4
5
6
7
8
9
10
11
12
13