bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Corinthians 7
2 Corinthians 7
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
1
ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞା ପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି ଈଶ୍ଵରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।
2
ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ ।
3
ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି ବଞ୍ଚିଲେ ଏକତ୍ର ବଞ୍ଚିବା ।
4
ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟ; ଦର୍ପ; ମୁଁ ସାନ୍ତ୍ଵନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି ।
5
କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବ-ପ୍ରକାରେ କ୍ଳେଶ ଭୋଗ କରିବାରୁ ଆମ୍ଭମାନଙ୍କ ଶରୀର ସୁଦ୍ଧା ବିଶ୍ରାମ ପାଇଲା ନାହିଁ ।
6
ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ଵନା ଦିଅନ୍ତି ଯେ ଈଶ୍ଵର, ସେ ତୀତସଙ୍କ ଆଗମନ ଦ୍ଵାରା ଆମ୍ଭମାନଙ୍କୁ ସାନ୍ତ୍ଵନା ଦେଲେ,
7
ଆଉ, କେବଳ ତାଙ୍କ ଆଗମନ ଦ୍ଵାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ଵନା ଦ୍ଵାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ଵନା ପ୍ରାପ୍ତ ହୋଇଥିଲେ, ତାହା ଦ୍ଵାରା ମଧ୍ୟ ସାନ୍ତ୍ଵନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଆଗ୍ରହ, ତୁମ୍ଭମାନଙ୍କ ବିଳାପ, ମୋʼ ସପକ୍ଷରେ ତୁମ୍ଭମାନଙ୍କ ଉଦ୍ଯୋଗ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି ।
8
ଯେଣୁ ମୋହର ପତ୍ର ଦ୍ଵାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପକାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା ଦ୍ଵି.କରି. ୨:୨,୪
9
ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତ ହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ଵାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ ।
10
କାରଣ ଈଶ୍ଵରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ ।
11
ଯେଣୁ ଦେଖ, ଈଶ୍ଵରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ତନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି । ଏବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ ।
12
ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ଵରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି । ଅତଏବ, ଆମ୍ଭେମାନେ ସାନ୍ତ୍ଵନା ପ୍ରାପ୍ତ ହୋଇଅଛୁ ।
13
ପୁଣି, ଆମ୍ଭମାନଙ୍କ ସାନ୍ତ୍ଵନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ଵାରା ସଞ୍ଜୀବିତ ହୋଇଅଛି ।
14
ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ଵନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟବୋଲି ଜଣାଯାଇଅଛି ।
15
ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି ।
16
ମୁଁ ଯେ ସର୍ବବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ଵାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
All chapters:
1
2
3
4
5
6
7
8
9
10
11
12
13