bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Kings 14
2 Kings 14
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 15 →
1
ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କଲେ ।
2
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ ।
3
ପୁଣି ଅମତ୍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ ।
4
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
5
ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ ।
6
ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ତ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ତ ହେବ ନାହିଁ; କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁ ଭୋଗ କରିବ, ମୋଶାଙ୍କର ବ୍ୟବସ୍ଥାପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀ-ମାନଙ୍କ ସନ୍ତାନଗଣର ପ୍ରାଣଦଣ୍ତ କଲେ ନାହିଁ ।
7
ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଅଦ୍ୟାପି ଅଛି ।
8
ସେସମୟରେ ଅମତ୍ସୀୟ ଦୂତଗଣ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା ।
9
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନ୍ର କଣ୍ଟକଲତା ଲିବାନୋନ୍ର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ; ଏଥି ମଧ୍ୟରେ ଲିବାନୋନ୍ର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା ।
10
ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ପ୍ରମାଣ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?
11
ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ । ଏଣୁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧକାରସ୍ଥ ବୈଥ୍ଶେମଶ୍ରେ ସେ ଓ ଯିହୁଦା-ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ ।
12
ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ପଳାଇଲେ ।
13
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବୈଥ୍ଶେମଶ୍ରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ଵାରଠାରୁ କୋଣର ଦ୍ଵାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ ।
14
ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ତାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ ।
15
ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
16
ଅନନ୍ତର ଯୋୟାଶ୍ ଆପଣା ପିତୃଗଣ ସହିତ ଶୟନ କରି ଶମରୀୟାରେ ଇସ୍ରାଏଲ-ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ୍ ତାଙ୍କ ପଦରେ ରାଜ୍ୟ କଲେ ।
17
ପୁଣି ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ ।
18
ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
19
ଅନନ୍ତର ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ ।
20
ପୁଣି ସେମାନେ ଅଶ୍ଵମାନଙ୍କ ଉପରେ ତାଙ୍କୁ ଆଣିଲେ; ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ ନଗରରେ କବର ପାଇଲେ ।
21
ଏଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ ।
22
ରାଜା ପିତୃଗଣ ସହିତ ଶୟନ କଲା ଉତ୍ତାରେ ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ ।
23
ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟଙ୍କର ଅଧିକାରର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ ଶମରୀୟାରେ ରାଜ୍ୟ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ ।
24
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ।
25
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅମିତ୍ତୟର ପୁତ୍ର ଗାଥ୍-ହେଫର୍ ନିବାସୀ ଆପଣା ଦାସ ଯୂନସ ଭବିଷ୍ୟଦ୍-ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ-ସ୍ଥାନଠାରୁ ଆରାବା ସମୁଦ୍ର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ହସ୍ତଗତ କଲେ ।
26
କାରଣ ସଦାପ୍ରଭୁ ଦେଖିଲେ ଯେ, ଇସ୍ରାଏଲର ଦୁଃଖ ଅତ୍ୟ; ତିକ୍ତ; ଯେଣୁ ବଦ୍ଧ କି ମୁକ୍ତ କେହି ନ ଥିଲେ, କିଅବା ଇସ୍ରାଏଲର ସାହାଯ୍ୟକାରୀ କେହି ନ ଥିଲା ।
27
ମାତ୍ର ସଦାପ୍ରଭୁ ଆକାଶମଣ୍ତଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ ।
28
ଏହି ଯାରବୀୟାମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ୍ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
29
ଅନନ୍ତର ଯାରବୀୟାମ୍ ଆପଣା ପିତୃଲୋକ ଇସ୍ରାଏଲର ରାଜାମାନଙ୍କ ସହିତ ଶୟନ କଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25