bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Kings 15
2 Kings 15
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 16 →
1
ଇସ୍ରାଏଲର ରାଜା ଯାରବୀୟାମ୍ଙ୍କର ଅଧିକାରର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜ୍ୟ କରିବାକୁ ଆରମ୍ଭ କଲେ ।
2
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାଆନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ ।
3
ପୁଣି ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ।
4
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
5
ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ୍ ଗୃହରେ ବାସ କଲେ । ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ ।
6
ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
7
ଅନନ୍ତର ଅସରୀୟ ଆପଣା ପିତୃଗଣ ସହିତ ଶୟନ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ ।
8
ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ଅଠତିରିଶ ବର୍ଷରେ ଯାରବୀୟାମ୍ଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ ।
9
ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ।
10
ଆଉ ଯାବେଶ୍ଙ୍କର ପୁତ୍ର ଶଲ୍ଲୁମ୍ ତାଙ୍କ ବିରୁଦ୍ଧରେ ଚକ୍ରା; କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ ।
11
ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତା; ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି ।
12
ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ । ଆଉ ସେହିପରି ହେଲା ।
13
ଯିହୁଦାର ରାଜା ଉଷୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜ୍ୟ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ ।
14
ଆଉ ଗାଦିର ପୁତ୍ର ମନହେମ୍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ ।
15
ଏହି ଶଲ୍ଲୁମଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର କୃତ ଚକ୍ରା; ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି ।
16
ଏଥିଉତ୍ତାରେ ମନହେମ୍ ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିର୍ସାଠାରୁ ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ; ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ ।
17
ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ ।
18
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ ।
19
ଅଶୂରର ରାଜା ପୂଲ୍ ଦେଶର ପ୍ରତିକୂଳରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳ; ରୂପା ଦେଲେ ।
20
ପୁଣି ମନହେମ୍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ ।
21
ଏହି ମନହେମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
22
ଅନନ୍ତର ମନହେମ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ ।
23
ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ପଚାଶ ବର୍ଷରେ ମନହେମ୍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ ।
24
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ।
25
ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରା; କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ; ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ ।
26
ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି ।
27
ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ବାଆନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ ।
28
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହିସବୁ ପାପରୁ ସେ ବିମୁଖ ହେଲେ ନାହିଁ ।
29
ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବୈଥ୍ମାଖା ଓ ଯାନୋହ ଓ କେଦଶ ଓ ହାତ୍ସୋର ଓ ଗିଲୀୟଦ୍ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା ।
30
ଏଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରା; କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍ଙ୍କର ଅଧିକାରର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ ।
31
ଏହି ପେକହଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି ।
32
ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କଲେ ।
33
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ ।
34
ଯୋଥମ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ ।
35
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ । ସେ ସଦାପ୍ରଭୁଙ୍କ ଗୃହର ଉପର-ଦ୍ଵାର ଦୃଢ଼ କଲେ ।
36
ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
37
ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ ।
38
ଅନନ୍ତର ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସଙ୍ଗ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25