bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Kings 20
2 Kings 20
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 21 →
1
ସେସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା । ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ ।
2
ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
3
ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର । ଆଉ ହିଜକୀୟ ଅତିଶୟ ରୋଦନ କଲେ ।
4
ଏଥି ଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
5
ଯଥା, ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ ।
6
ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା ।
7
ତହୁଁ ଯିଶାଇୟ କହିଲେ, ଏକ ଡିମିରି ଚକ୍ତି ଆଣ । ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ ।
8
ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ?
9
ତହିଁରେ ଯିଶାଇୟ କହିଲେ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ତ ଯିବ, ଅବା ପଛକୁ ଦଶ ପାହୁଣ୍ତ ଯିବ?
10
ତହିଁରେ ହିଜକୀୟ ଉତ୍ତର କଲେ, ଛାୟା ଆଗକୁ ଦଶ ପାହୁଣ୍ତ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ତ ଫେରିଯାଉ ।
11
ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ; ଏଥିରେ ଆହସଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ ।
12
ସେସମୟରେ ବଲ୍ଦନର ପୁତ୍ର ବରୋଦକ୍-ବଲଦନ୍ ନାମକ ବାବିଲ୍ର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା ।
13
ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା ।
14
ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲେ, ସେମାନେ ଦୂର ଦେଶ ବାବିଲ୍ରୁ ଆସିଅଛନ୍ତି ।
15
ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖି ଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲେ, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖି-ଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ ।
16
ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, ସଦାପ୍ରଭୁଙ୍କ ବାକ୍ୟ ଶୁଣ ।
17
ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲ୍କୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ ।
18
ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ୍-ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ ।
19
ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ । ସେ ଆହୁରି କହିଲେ, ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?
20
ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
21
ଅନନ୍ତର ହିଜକୀୟ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ ।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25