bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Kings 24
2 Kings 24
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 25 →
1
ତାଙ୍କର ଅଧିକାରର ସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସର ଆସନ୍ତେ, ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ ।
2
ଏଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ; ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ ।
3
ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ
4
ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା; ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ନୋହିଲେ ।
5
ଏହି ଯିହୋୟାକୀମଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
6
ଏଉତ୍ତାରେ ଯିହୋୟାକୀମ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ ।
7
ଏଥି ଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲ୍ର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ ।
8
ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନର କନ୍ୟା ।
9
ଯିହୋୟାଖିନ୍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
10
ସେସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା ।
11
ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସର ନଗରରେ ଉପସ୍ଥିତ ହେଲା ।
12
ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ୍-ରାଜା ନିକଟକୁ ବାହାରି ଗଲେ; ପୁଣି ବାବିଲ୍-ରାଜା ଆପଣା ଅଧିକାରର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା ।
13
ଆଉ ସେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ଵର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ତ ଖଣ୍ତ କରି କାଟି ପକାଇଲେ ।
14
ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା; ଦେଶର ନିତା; ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ ।
15
ଆହୁରି ସେ ଯିହୋୟାଖୀନ୍ଙ୍କୁ ବାବିଲ୍କୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପନିୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲ୍କୁ ନେଇଗଲା ।
16
ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ୍-ରାଜା ବନ୍ଦୀ କରି ବାବିଲ୍କୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ ।
17
ପୁଣି ବାବିଲ୍ର ରାଜା ଯିହୋୟାଖୀନ୍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା ।
18
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା-ନିବାସୀ ଯିରିମୀୟର କନ୍ୟା ।
19
ଆଉ ସେ ଯିହୋୟାକୀମ୍ଙ୍କର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ।
20
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟନା ଘଟିଲା; ଆଉ ସିଦିକୀୟ ବାବିଲରାଜାର ବିଦ୍ରୋହୀ ହେଲେ ।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 25 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25