bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Peter 1
2 Peter 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 2 →
1
ଶିମୀୟୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ଵର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ଵାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି ।
2
ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ଵାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ ।
3
ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ଵାରା ତାହାଙ୍କ ଐଶ୍ଵରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି ।
4
ତଦ୍ଦ୍ଵାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ୍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ଵାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ଵରିକ ସ୍ଵଭାବର, ସହଭାଗୀ ହୁଅ ।
5
ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯନି ସହକାରେ ବିଶ୍ଵାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,
6
ଜ୍ଞାନ ସହିତ ସଂଯମ, ସଂଯମ ସହିତ ଧୈର୍ଯ୍ୟ, ଧୈର୍ଯ୍ୟ ସହିତ ଧର୍ମପରାୟଣତା,
7
ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର ।
8
ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ ।
9
ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାଶୋରି ଯାଇଅଛି ।
10
ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ଵାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯନିଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେହେଁ ଝୁଣ୍ଟିପଡ଼ିବ ନାହିଁ,
11
ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନ; ରାଜ୍ୟରେ ସ୍ଵଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ ।
12
ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି ।
13
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ଵୁ ଯେ ତ୍ୟାଗ କରିବାକୁ ହେବ,
14
ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ଵୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି ।
15
ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହିସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥିନିମନ୍ତେ ମୁଁ ଯନି କରିବି ।
16
କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ଵନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ ।
17
ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ଵରଙ୍କଠାରୁ ସମ୍ଭ୍ରମ ଓ ଗୌରବ ପ୍ରାପ୍ତ ହେଲେ;
18
ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବା ବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ ।
19
ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ଵଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀ ତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ ।
20
ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ଵତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,
21
କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ଵର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ କଥା କହିଥିଲେ ।
Jump to:
Chapter 1
Chapter 2
Chapter 3
Chapter 2 →
All chapters:
1
2
3
Recommended Reading
Commentary
2 Peter Commentaries
→
Devotional
2 Peter Devotional Guide
→
Get This Bible
Re-edited Study Bible
→