bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Samuel 12
2 Samuel 12
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 13 →
1
ଅନନ୍ତର ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ । ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର ।
2
ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ପଲ ଥିଲା;
3
ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ଭିନ୍ନ ଆଉ କିଛି ନ ଥିଲା, ସେ ତାକୁ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ତର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା ।
4
ଏକ ସମୟରେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, ତହିଁରେ ସେ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକି ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା ।
5
ଏଥିରେ ସେହି ଧନୀର ପ୍ରତିକୂଳରେ ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ଵଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁଯୋଗ୍ୟ;
6
ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ ।
7
ଏଥିରେ ନାଥନ ଦାଉଦଙ୍କୁ କହିଲେ, ସେହି ବ୍ୟକ୍ତି ତ ତୁମ୍ଭେ । ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲ ହସ୍ତରୁ ରକ୍ଷା କଲୁ;
8
ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ମଧ୍ୟ ଇସ୍ରାଏଲ ଓ ଯିହୁଦା ବଂଶ ତୁମ୍ଭକୁ ଦେଲୁ; ଆଉ ଯେବେ ଏହା ଅଳ୍ପ ହୋଇଥାʼନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥାʼନ୍ତୁ ।
9
ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭ ଖଡ଼୍ଗ ଦ୍ଵାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ୍-ସନ୍ତାନଗଣର ଖଡ଼୍ଗ ଦ୍ଵାରା ଊରୀୟକୁ ବଧ କରିଅଛ ।
10
ଏହେତୁ ତୁମ୍ଭ ଗୃହରୁ ଖଡ଼୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ ।
11
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ଏହି ସୂର୍ଯ୍ୟ ସମ୍ମୁଖରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ ।
12
ତୁମ୍ଭେ ଏହା ଗୋପନରେ କଲ, ମାତ୍ର ଆମ୍ଭେ ଏହି କର୍ମ ସମୁଦାୟ ଇସ୍ରାଏଲ ଆଗରେ ଓ ସୂର୍ଯ୍ୟ ସମ୍ମୁଖରେ କରିବା ।
13
ସେତେବେଳେ ଦାଉଦ ନାଥନଙ୍କୁ କହିଲେ, ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି । ଏଥିରେ ନାଥନ ଦାଉଦଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ ।
14
ତଥାପି ଏହି କର୍ମ ଦ୍ଵାରା ନିନ୍ଦା କରିବା ପାଇଁ ସଦାପ୍ରଭୁଙ୍କ ଶତ୍ରୁମାନଙ୍କୁ ତୁମ୍ଭେ ନିତା; ସୁଯୋଗ ଦେଇଅଛ, ଏହେତୁ ତୁମ୍ଭର ଏହି ଯେ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ ।
15
ଏଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ । ଅନନ୍ତର ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟ; ପୀଡ଼ିତ ହେଲା ।
16
ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ଵରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ରାତ୍ରିଯାକ ଭୂମିରେ ପଡ଼ି ରହିଲେ ।
17
ଏଥିରେ ତାଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ସମ୍ମତ ହେଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ ।
18
ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା । ମାତ୍ର ବାଳକ ଯେ ମରିଅଛି, ଏ କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ?
19
ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍ଫୁସ୍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, ବାଳକ ମଲାଣି କି? ସେମାନେ କହିଲେ, ମଲାଣି ।
20
ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରୁ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ ।
21
ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ ।
22
ତହିଁରେ ସେ କହିଲେ, ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ ।
23
ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ ।
24
ଅନନ୍ତର ଦାଉଦ ଆପଣା ଭାର୍ଯ୍ୟା ବତ୍ଶେବାକୁ ସାନ୍ତ୍ଵନା କଲେ ଓ ତାହା କତିକି ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ ।
25
ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ; ପୁଣି ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ (ସଦାପ୍ରଭୁଙ୍କ ପ୍ରିୟ) ଦେଲେ ।
26
ଏଥି ମଧ୍ୟରେ ଯୋୟାବ ଅମ୍ମୋନସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ହସ୍ତଗତ କଲା ।
27
ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, ମୁଁ ରବ୍ବା ପ୍ରତିକୂଳରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ହସ୍ତଗତ କରିଅଛି ।
28
ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କରନ୍ତୁ, ନୋହିଲେ ମୁଁ ସେ ନଗର ହସ୍ତଗତ କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ ।
29
ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ।
30
ପୁଣି ସେ ସେମାନଙ୍କର ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ; ତାହା ଏକ ମହଣ ପରିମିତ ସୁବର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା; ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା । ପୁଣି ସେ ସେହି ନଗରରୁ ପ୍ରଚୁର ଲୁଟଦ୍ରବ୍ୟ ବାହାର କରି ଆଣିଲେ ।
31
ଆହୁରି ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ଵାରା ଦଣ୍ତ ଦେଲେ ଓ ସେମାନଙ୍କୁ ଇଟାଭାଟି ଦେଇ ଗମନ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ । ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24