bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Samuel 17
2 Samuel 17
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 18 →
1
ଆହୁରି ଅହୀଥୋଫଲ ଅବଶାଲୋମକୁ କହିଲା, ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଏ ।
2
ପୁଣି ସେ କ୍ଳା; ଓ ଶିଥିଳହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଏ; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି ।
3
ଆଉ ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ କତିକି ଫେରାଇ ଆଣିବି; ଯାହାକୁ ତୁମ୍ଭେ ଖୋଜୁଅଛ, ସେହି ମନୁଷ୍ୟ ସମସ୍ତଙ୍କ ଫେରି ଆସିବା ତୁଲ୍ୟ; ତହିଁରେ ସମସ୍ତ ଲୋକ ଶାନ୍ତିରେ ରହିବେ ।
4
ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା ।
5
ତେବେ ଅବଶାଲୋମ କହିଲା, ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା ।
6
ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା, ତେବେ ତୁମ୍ଭେ କୁହ ।
7
ତହିଁରେ ହୂଶୟ ଅବଶାଲୋମକୁ କହିଲା, ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ ।
8
ହୂଶୟ ଆହୁରି କହିଲା, ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ ।
9
ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରି ଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି ।
10
ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତା; ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି ।
11
ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍ଠାରୁ ବେରଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ଵୟଂ ଯୁଦ୍ଧକୁ ଯାଉନ୍ତୁ ।
12
ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ ।
13
ଆହୁରି ଯେବେ ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକି ଟାଣି ନେବୁ ।
14
ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ । ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ ।
15
ଅନନ୍ତର ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, ଅବଶାଲୋମକୁ ଓ ଇସ୍ରାଏଲର ପ୍ରାଚୀନଗଣକୁ ଅହୀଥୋଫଲ ଏପରି ଏପରି ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏପରି ଏପରି ମନ୍ତ୍ରଣା ଦେଲି ।
16
ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ପ୍ରାନ୍ତରସ୍ଥ ଘାଟୀ ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସି-ମତେ ପାର ହୋଇ ଚାଲିଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ ।
17
ସେସମୟରେ ଯୋନାଥନ ଓ ଅହୀମାସ୍ ଐନ୍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ଵାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ଵାଦ ଦେଉଥାʼନ୍ତି ।
18
ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମକୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ ।
19
ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ ।
20
ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, ଅହୀମାସ୍ ଓ ଯୋନାଥନ କାହାନ୍ତି? ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, ସେମାନେ ନଦୀ ପାର ହୋଇ ଗଲେଣି । ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରି ଗଲେ ।
21
ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇ ଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି ।
22
ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ ।
23
ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା ।
24
ଏଥି ମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ । ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ ।
25
ଆଉ ଅବଶାଲୋମ ଯୋୟାବ ପଦରେ ଅମାସାକୁ ସୈନ୍ୟ ଉପରେ ନିଯୁକ୍ତ କଲା । ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲର ସହବାସ କରିଥିଲା ।
26
ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲୀୟଦ ଦେଶରେ ଛାଉଣି ସ୍ଥାପନ କଲେ ।
27
ଅନନ୍ତର ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ୍-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ
28
ଶଯ୍ୟା ଓ ପାନପାତ୍ର ଓ ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ ଓ ଯବ ଓ ମଇଦା ଓ ଭଜାଶସ୍ୟ ଓ ଶିମ ଓ ମସୁର ଓ ଭଜା ବିରି
29
ଓ ମଧୁ ଓ ଦଧି ଓ ମେଷ ଓ ଗୋ-ଛେନା ଆଣିଲେ; କାରଣ ସେମାନେ କହିଲେ, ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳା; ଓ ତୃଷିତ ହୋଇଥିବେ ।
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24