bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Samuel 20
2 Samuel 20
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 21 →
1
ସେସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ପାପାଧମ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ଚାଲ ।
2
ତହିଁରେ ସମଗ୍ର ଇସ୍ରାଏଲ-ଲୋକ ଦାଉଦଙ୍କର ପଶ୍ଚାତ୍ଗମନରୁ ଫେରି ବିଖ୍ରିର ପୁତ୍ର ଶେବଃର ପଶ୍ଚାତ୍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ ।
3
ଏଉତ୍ତାରେ ଦାଉଦ ଯିରୂଶାଲମକୁ ଆପଣା ଗୃହକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପନିୀଙ୍କୁ ଗୃହ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ପଡ଼ି ଯୋଗାଇଲେ, ମାତ୍ର ସେମାନଙ୍କର ସହବାସ କଲେ ନାହିଁ । ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବୈଧବ୍ୟ-ଦଶାରେ ରହିଲେ ।
4
ଏଉତ୍ତାରେ ରାଜା ଅମାସାକୁ କହିଲେ, ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ କତିରେ ଏକତ୍ର କର ଓ ତୁମ୍ଭେ ଏଠାରେ ଉପସ୍ଥିତ ହୁଅ ।
5
ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ନିରୂପିତ ସମୟରୁ ଅଧିକ ବିଳମ୍ଵ କଲା ।
6
ତହିଁରେ ଦାଉଦ ଅବୀଶୟକୁ କହିଲେ, ଏବେ ଅବଶାଲୋମ ଅପେକ୍ଷା ବିଖ୍ରିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀରବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ ।
7
ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ବିଖ୍ରିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇବାକୁ ଯିରୂଶାଲମରୁ ବାହାରିଲେ ।
8
ସେମାନେ ଗିବୀୟୋନସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ସମ୍ମୁଖବର୍ତ୍ତୀ ହେଲା । ସେସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ଼୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା ।
9
ଏଥିରେ ଯୋୟାବ ଅମାସାକୁ ପଚାରିଲା, କି ଭାଇ, ତୁମ୍ଭର ମଙ୍ଗଳ? ତହୁଁ ଯୋୟାବ ଅମାସାକୁ ଚୁମ୍ଵନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା ।
10
ମାତ୍ର ଯୋୟାବର ହସ୍ତସ୍ଥିତ ଖଡ଼୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ଼୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା, ସେ ଦ୍ଵିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା । ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ ।
11
ଏଥି ମଧ୍ୟରେ ଯୋୟାବର ଜଣେ ଯୁବା ଲୋକ ତାହା ନିକଟରେ ଠିଆ ହୋଇ କହିଲା, ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ ।
12
ସେସମୟରେ ଅମାସା ରାଜଦାଣ୍ତ ମଧ୍ୟରେ ଆପଣା ରକ୍ତରେ ଲଟ୍ପଟ୍ ହୋଇ ପଡ଼ିଥିଲା । ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାକୁ ରାଜଦାଣ୍ତରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ତେ ବସ୍ତ୍ର ପକାଇଦେଲା ।
13
ଅମାସା ରାଜଦାଣ୍ତରୁ ଅନ୍ତର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ ।
14
ଏଉତ୍ତାରେ ଯୋୟାବ ଇସ୍ରାଏଲର ଯାବତୀୟ ବଂଶ ମଧ୍ୟଦେଇ ଆବେଲ୍ ଓ ବୈଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ ।
15
ପୁଣି ସେମାନେ ଆସି ବୈଥ୍ମାଖାସ୍ଥିତ ଆବେଲ୍ରେ ଶେବଃକୁ ରୁଦ୍ଧ କଲେ ଓ ନଗର ନିକଟରେ ଏକ ଢିପି ପ୍ରସ୍ତୁତ କଲେ, ତାହା ଗଡ଼ପାଚେରୀ ନିକଟରେ ନିର୍ମିତ ହେଲା; ତହିଁରେ ଯୋୟାବର ସମସ୍ତ ସଙ୍ଗୀ ଲୋକ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ ।
16
ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, ଶୁଣ, ଶୁଣ, ମୁଁ ବିନୟ କରୁଅଛି, ଯୋୟାବକୁ ଏସ୍ଥାନ ପର୍ଯ୍ୟନ୍ତ ଆସିବାକୁ କୁହ, ମୁଁ ତାହା ସଙ୍ଗରେ କଥାବାର୍ତ୍ତା କରିବି ।
17
ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, ଆପଣ କʼଣ ଯୋୟାବ? ସେ ଉତ୍ତର କଲା, ହଁ । ତେବେ ସେ ସ୍ତ୍ରୀ ତାହାକୁ କହିଲା, ଆପଣା ଦାସୀର କଥା ଶୁଣନ୍ତୁ । ସେ ଉତ୍ତର କଲା, ମୁଁ ଶୁଣୁଅଛି ।
18
ତହୁଁ ସେ କହିଲା, ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ; ଆଉ ଏହିରୂପେ ସେମାନେ କାର୍ଯ୍ୟ ସମାପ୍ତ କଲେ ।
19
ମୁଁ ଇସ୍ରାଏଲର ଶା; ଓ ବିଶ୍ଵସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?
20
ଏଥିରେ ଯୋୟାବ ଉତ୍ତର କରି କହିଲା, ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋʼଠାରୁ ଦୂର ହେଉ ।
21
କଥା ସେପରି ନୁହେଁ; ମାତ୍ର ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାକୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି । ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ ।
22
ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା । ତହୁଁ ଲୋକମାନେ ବିଖ୍ରିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ । ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ଵୁକୁ ଗଲେ । ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ କତିକି ଫେରିଗଲା ।
23
ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା ।
24
ଆଉ ଅଦୋରାମ୍ ବେଠି-କର୍ମର ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ ଇତିହାସ-ଲେଖକ,
25
ଶିବା ଲେଖକ ଥିଲା; ପୁଣି ସାଦୋକ୍ ଓ ଅବୀୟାଥର ଯାଜକ ଥିଲେ;
26
ପୁଣି ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ଯାଜକ ଥିଲା ।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24