bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Samuel 21
2 Samuel 21
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 22 →
1
ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ଵେଷଣ କରନ୍ତେ, ସଦାପ୍ରଭୁ କହିଲେ, ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା ।
2
ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କ ସଙ୍ଗରେ କଥାବାର୍ତ୍ତା କଲେ; ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ-ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ-ସନ୍ତାନମାନେ ସେମାନଙ୍କ ନିକଟରେ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ ।
3
ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କ ଅଧିକାରକୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?
4
ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ଵନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ତ କରିବା ଆମ୍ଭମାନଙ୍କର ଉଚିତ ନୁହେଁ । ତହୁଁ ସେ କହିଲେ, ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି ।
5
ତହିଁରେ ସେମାନେ ରାଜାଙ୍କୁ କହିଲେ, ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,
6
ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା । ଏଥିରେ ରାଜା କହିଲେ, ମୁଁ ସେମାନଙ୍କୁ ସମର୍ପି ଦେବି ।
7
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା ।
8
ମାତ୍ର ଅୟାର କନ୍ୟା ରିସ୍ପା ଅମୌଣି ଓ ମଫୀବୋଶତ୍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ
9
ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗିଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମାରା ପଡ଼ିଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ ।
10
ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶ-ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନପଶୁଗଣକୁ ଆସିବାକୁ ଦେଲା ନାହିଁ ।
11
ଏଥିରେ ଶାଉଲଙ୍କର ଉପପନିୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା ।
12
ସେତେବେଳେ ଦାଉଦ ଯାଇ ଯାବେଶ୍-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ଵାର ବୈଥ୍ଶାନ୍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ୍-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ ।
13
ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ ।
14
ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ । ତହିଁ ଉତ୍ତାରେ ପରମେଶ୍ଵର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ ।
15
ଅନନ୍ତର ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ଦାସମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳା; ହେଲେ ।
16
ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ (ଶେକଲ) ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ଼୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା ।
17
ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା । ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ ।
18
ଏଥିଉତ୍ତାରେ ପୁନର୍ବାର ଗୋବ୍ରେ ପଲେଷ୍ଟୀୟ-ମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା ।
19
ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍ରେ ଯୁଦ୍ଧ ହେଲା; ତହିଁରେ ବେଥ୍ଲିହିମୀୟ ଯାରେଓରଗୀମର ପୁତ୍ର ଇଲ୍ହାନନ୍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା ।
20
ଏହାପରେ ପୁନର୍ବାର ଗାଥ୍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ ।
21
ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା ।
22
ଏହି ଚାରି ଜଣ ଗାଥ୍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ମାରା ପଡ଼ିଲେ ।
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 22 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24