bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
2 Samuel 22
2 Samuel 22
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 23 →
1
ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କଲେ;
2
ସେ କହିଲେ, ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ର⇧ ଓ ମୋହର ରକ୍ଷାକର୍ତ୍ତା,
3
ମୋହର ଶୈଳ ସ୍ଵରୂପ ପରମେଶ୍ଵର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି । ମୋହର ଢାଲ ଓ ମୋହର ପରିତ୍ରାଣ ସ୍ଵରୂପ ଶୃଙ୍ଗ⇧, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରୁଅଛ ।
4
ମୁଁ ସଦାପ୍ରଭୁଙ୍କୁ ଆହ୍ଵାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି ।
5
କାରଣ ମୃତ୍ୟୁରୂପ ଲହରୀ ମୋତେ ବେଷ୍ଟନ କଲା, ପାପାଧମତାର ପ୍ଳାବନ ମୋତେ ଭୀତ କଲା ।
6
ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା ।
7
ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ଵରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା ।
8
ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ତଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସେ ପ୍ରଜ୍ଵଳିତ ହୋଇ ଉଠିଲେ ।
9
ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା ।
10
ସେ ମଧ୍ୟ ଆକାଶମଣ୍ତଳକୁ ନତ କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା ।
11
ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ ।
12
ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ଵରୂପ କଲେ।
13
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପ୍ରଜ୍ଵଳିତ ହେଲା ।
14
ସଦାପ୍ରଭୁ ଆକାଶରୁ ଗର୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ ।
15
ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ଵାରା ସେମାନଙ୍କୁ ଉଦ୍ବିଗ୍ନ କଲେ ।
16
ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ଵାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ତଳର ମୂଳସକଳ ଅନାବୃତ ହେଲା ।
17
ସେ ଊର୍ଦ୍ଧ୍ଵରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ ।
18
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀ-ମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋର ପ୍ରତି ଅତି ବଳବାନ ଥିଲେ ।
19
ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ଅବଲମ୍ଵନ ହେଲେ ।
20
ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼଠାରେ ସନ୍ତୁଷ୍ଟ ହେଲେ ।
21
ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ଶୌଚାନୁସାରେ ମୋତେ ଫଳ ଦେଲେ ।
22
କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ଵରଙ୍କୁ ତ୍ୟାଗ କଲି ନାହିଁ ।
23
ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ ।
24
ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି ।
25
ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ଶୌଚାନୁସାରେ ମୋତେ ଫଳ ଦେଲେ ।
26
ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ ।
27
ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ ।
28
ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କରିବ; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ ।
29
ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ ।
30
କାରଣ ମୁଁ ତୁମ୍ଭ ଦ୍ଵାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ଵରଙ୍କ ଦ୍ଵାରା ପାଚେରୀ ଡିଏଁ ।
31
ସେ ପରମେଶ୍ଵର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ ।
32
ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ଵର? ଆମ୍ଭମାନଙ୍କ ପରମେଶ୍ଵରଙ୍କ ଛଡ଼ା ଆଉ କିଏ ଶୈଳ?
33
ପରମେଶ୍ଵର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକକୁ ଆପଣା ପଥରେ କଢ଼ାଇ ନିଅନ୍ତି ।
34
ସେ ତାହାର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋର ଉଚ୍ଚସ୍ଥଳୀରେ ବସାନ୍ତି ।
35
ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ ।
36
ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି ।
37
ତୁମ୍ଭେ ମୋʼ ତଳେ ମୋର ପାଦ-ବିକ୍ଷେପର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ ।
38
ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ ।
39
ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି ।
40
ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ ମୋହର କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ ।
41
ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀ-ମାନଙ୍କୁ ଉଚ୍ଛିନ୍ନ କଲି ।
42
ସେମାନେ ଅନାଇଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ ।
43
ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି ।
44
ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ ।
45
ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ; ସେମାନେ ମୋʼ ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ ।
46
ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣା-ମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ ।
47
ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ଵରୂପ ପରମେଶ୍ଵର ଉନ୍ନତ ହେଉନ୍ତୁ ।
48
ସେହି ପରମେଶ୍ଵର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି ।
49
ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ ।
50
ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସାଗାନ କରିବି ।
51
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନ; କାଳ ଦୟା ବ୍ୟବହାର କରନ୍ତି।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24